ଅଧାପନ୍ତରିଆ ଆର୍ମି ସିଏସ୍‌ଡି କ୍ୟାଣ୍ଟିନ କାର୍ଯ୍ୟ

ରାଉରକେଲା,୨୦।୧୦(ଦିନେଶ ମିଶ୍ର): ରାଉରକେଲା ସେକ୍ଟର-୬ ସ୍ଥିତ ଏନ୍‌ସିସି ନବମ ବାଟାଲିୟନ ପରିସରରେ ଅବସରପ୍ରାପ୍ତ ସେନା କର୍ମଚାରୀମାନଙ୍କ ପାଇଁ ଏକ ଆର୍ମି ସିଏସ୍‌ଡି କ୍ୟାଣ୍ଟିନ ପ୍ରତିଷ୍ଠା କରିବାକୁ ୨୦୨୧ରେ ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ କ୍ୟାଣ୍ଟିନ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। କ୍ୟାଣ୍ଟିନ କାର୍ଯ୍ୟକୁ ଠିକାରେ ନେଇଥିବା ସଂସ୍ଥା କାମ ସମ୍ପୂର୍ଣ୍ଣ ନ କରି ଦିନ ପରେ ଦିନ ଗଡେଇ ଚାଲିଛି। ଏହାକୁ ନେଇ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁସାରେ, ୨୦୨୨ ମାର୍ଚ୍ଚ ଶେଷ ସୁଦ୍ଧା ଏହି ଆର୍ମି ସିଏସ୍‌ଡି କ୍ୟାଣ୍ଟିନ ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଆର୍‌ଏସ୍‌ପିର ସିଏସ୍‌ଆର ବିଭାଗ ପକ୍ଷରୁ କୁହାଯାଇଥିଲା। ଏଥିପାଇଁ ଆରଏସ୍‌ପି ସିଏସ୍‌ଆର ପାଣ୍ଠିରୁ ୮୦ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ଠିକାଦାର କାର୍ଯ୍ୟାଦେଶ ପାଇବା ପରେ ପ୍ରାୟ ୧୨ଟି କୋଠରୀ ବିଶିଷ୍ଟ ଏହି କ୍ୟାଣ୍ଟିନ କାମ ଆରମ୍ଭ କରିଥିଲେ। ବର୍ଷାଦିନ ଆସିଯିବାରୁ ଠିକାଦାର ଜଣଙ୍କ ଉକ୍ତ କାମ ବନ୍ଦ କରି ଦେଇଥିଲେ। ବର୍ତ୍ତମାନ ସୁଦ୍ଧା ଖାଲି ପାଚେରି ଉଠାଇ ଅଧାପନ୍ତରିଆ ଭାବେ ଦେଢବର୍ଷ ହେଲା କାମକୁ ଛାଡି ଦିଆଯାଇଛି। ଏହାକୁ ନେଇ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅବରସପ୍ରାପ୍ତ ସେନାର କିଛି କର୍ମକର୍ତ୍ତା ଆରଏସ୍‌ପି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁତ୍ଫଳ ମିଳି ନ ଥିବା କହିଛନ୍ତି। ଆରଏସ୍‌ପି ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ପଦକ୍ଷେପ ନେବା ଲାଗି ସେମାନେ ଦାବି କରିଛନ୍ତି। ଏ ନେଇ ଆରଏ୍‌ସ୍‌ପି ସିଏସ୍‌ଆର ବିଭାଗର ଜିଏମ୍‌ ମୁନମୁନ ମିତ୍ରାଙ୍କୁ ପଚାରିବାରୁ ସେ କହିଥିଲେ, ଠିକାସଂସ୍ଥା ଏହି କ୍ୟାଣ୍ଟିନ କାମ ବିଳମ୍ବ କରିବାରୁ ଆମେ କାର୍ଯ୍ୟାନୁଷ୍ଠାନ ନେଉଛୁ। ଆସନ୍ତା ନଭେମ୍ବର ଶେଷ କିମ୍ବା ଡିସେମ୍ବର ପ୍ରଥମ ସପ୍ତାହ ଭିତରେ ନୂତନ ଟେଣ୍ଡର ବାହାରିବ। ଏହି ଟେଣ୍ଡର ପ୍ରକିୟା ଶେଷ ହେବା ପରେ କାମ ଖୁବ୍‌ ଶୀଘ୍ର କରାଯିବ ବୋଲି ମିତ୍ରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri