Posted inଖେଳ

ଦିଲ୍ଲୀ ଆଗରେ ୨୦୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୦୮ ରନ୍‌ କରିଛି। ଫଳରେ ଦିଲ୍ଲୀ ଆଗରେ ୨୦୯ ରନ୍‌ର ବିଜୟ ଟାର୍ଗେଟ୍‌ ରଖିତ୍ଛି ଚେନ୍ନାଇ।

ଚେନ୍ନାଇ ସୁପର କିଙ୍ଗ୍ସର ଦୁଇ ଓପନିଂ ବ୍ୟାଟର ଡେଭନ କନୱେ ଏବଂ ରୁତୁରାଜ ଗାଏଓ୍ବାଡ ଦଳକୁ ଭଲ ଷ୍ଟାଟ ଦେଇଥିଲେ। ଦଳ ପାଇଁ ଦୁହେଁ ୧୧ ଓଭର ପର୍ଯ୍ୟନ୍ତ ଖେଳି ୧୧୦ ରନ୍‌ ଯୋଡି ଥିଲେ। ରୁତୁରାଜ ୩୩ ବଲ୍‌ରେ ୪୧ ରନ୍‌( ୪ ଚଉକା ଏବଂ ୧ ଛକା) କରି ଅନ୍ରିଚ ନର୍ଟେଜେଙ୍କ ବଲରେ ପ୍ରଥମ ଉଉକେଟ ଭାବେ ଆଉଟ୍‌ ହୋଇଥିଲେ। ପରବର୍ତ୍ତୀ ସମୟରେ ଶିବମ୍‌ ଦୁବେ ଏବଂ ଡେଭନ୍‌ କନୱେ ଧର୍ଯ୍ୟର ସହ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ଡେଭନ କନୱେଙ୍କ ଅର୍ଦ୍ଧଶତକ ୪୯ ବଲରେ ୮୭ ରନ୍‌ (୭ ଚଉକା ଏବଂ ୫ ଛକା) ଏବଂ ଶିବମ୍‌ ୧୯ବଳରେ ୩୨ରନ୍‌(୨ଚଉକା ଏବଂ ୨ ଛକା)ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ମଜଭୂତ ସ୍ଥିତିରେ ପହଞ୍ଚାଇ ଥିଲେ। ସେହିପରି ଅମ୍ବାତି ରାୟୁଡୁ ୫ ରନ୍‌ କରିଥିବା ବେଳେ ଅଧିନାୟକ ମହେନ୍ଦ୍ର ସିଂ ଧୋନି ୨୧ ରନ୍‌ (୧ ଚଉକା ଏବଂ ୨ ଛକା ) ଏବଂ ମୋଏନ୍‌ ଅଲ୍ଲୀ ୯ ରନ୍‌ କରିଥିଲେ। ଫଳରେ ଚେନ୍ନାଇ ୨୦୮ ରନ୍‌ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri