Posted inଖେଳ

ଦିଲ୍ଲୀ ଆଗରେ ୨୦୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୦୮ ରନ୍‌ କରିଛି। ଫଳରେ ଦିଲ୍ଲୀ ଆଗରେ ୨୦୯ ରନ୍‌ର ବିଜୟ ଟାର୍ଗେଟ୍‌ ରଖିତ୍ଛି ଚେନ୍ନାଇ।

ଚେନ୍ନାଇ ସୁପର କିଙ୍ଗ୍ସର ଦୁଇ ଓପନିଂ ବ୍ୟାଟର ଡେଭନ କନୱେ ଏବଂ ରୁତୁରାଜ ଗାଏଓ୍ବାଡ ଦଳକୁ ଭଲ ଷ୍ଟାଟ ଦେଇଥିଲେ। ଦଳ ପାଇଁ ଦୁହେଁ ୧୧ ଓଭର ପର୍ଯ୍ୟନ୍ତ ଖେଳି ୧୧୦ ରନ୍‌ ଯୋଡି ଥିଲେ। ରୁତୁରାଜ ୩୩ ବଲ୍‌ରେ ୪୧ ରନ୍‌( ୪ ଚଉକା ଏବଂ ୧ ଛକା) କରି ଅନ୍ରିଚ ନର୍ଟେଜେଙ୍କ ବଲରେ ପ୍ରଥମ ଉଉକେଟ ଭାବେ ଆଉଟ୍‌ ହୋଇଥିଲେ। ପରବର୍ତ୍ତୀ ସମୟରେ ଶିବମ୍‌ ଦୁବେ ଏବଂ ଡେଭନ୍‌ କନୱେ ଧର୍ଯ୍ୟର ସହ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ଡେଭନ କନୱେଙ୍କ ଅର୍ଦ୍ଧଶତକ ୪୯ ବଲରେ ୮୭ ରନ୍‌ (୭ ଚଉକା ଏବଂ ୫ ଛକା) ଏବଂ ଶିବମ୍‌ ୧୯ବଳରେ ୩୨ରନ୍‌(୨ଚଉକା ଏବଂ ୨ ଛକା)ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ମଜଭୂତ ସ୍ଥିତିରେ ପହଞ୍ଚାଇ ଥିଲେ। ସେହିପରି ଅମ୍ବାତି ରାୟୁଡୁ ୫ ରନ୍‌ କରିଥିବା ବେଳେ ଅଧିନାୟକ ମହେନ୍ଦ୍ର ସିଂ ଧୋନି ୨୧ ରନ୍‌ (୧ ଚଉକା ଏବଂ ୨ ଛକା ) ଏବଂ ମୋଏନ୍‌ ଅଲ୍ଲୀ ୯ ରନ୍‌ କରିଥିଲେ। ଫଳରେ ଚେନ୍ନାଇ ୨୦୮ ରନ୍‌ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri