Posted inଖେଳ

ଏହି ବିଦେଶୀ ଖେଳାଳିଙ୍କୁ କିଣିପାରେ ସିଏସ୍‌କେ

ଚେନ୍ନାଇ, ୧୭।୨ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୪ତମ ସଂସ୍କରଣ ଲାଗି ଏଠାରେ ଗୁରୁବାର ଅନୁଷ୍ଠିତ ହେବାକୁ ଯାଉଛି ଖେଳାଳିଙ୍କ ନିଲାମ ପ୍ରକ୍ରିୟା। ଏହି ମିନି ଅକ୍‌ଶନ ଲାଗି ୨୯୨ ଖେଳାଳିଙ୍କ ମଧ୍ୟରୁ କେବଳ ୬୧ ଜଣଙ୍କୁ ହିଁ ମିଳିବ ଆଇପିଏଲ କଣ୍ଟ୍ରାକ୍ଟ। ତେବେ ଆଇପିଏଲ ଇତିହାସର ଅନ୍ୟତମ ସଫଳ ଦଳ ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) କେଉଁ ବିଦେଶୀ ଖେଳାଳିଙ୍କୁ କିଣିପାରେ, ତାହା ଜାଣିବା ପାଇଁ ପଢ଼ନ୍ତୁ….

ମହେନ୍ଦ୍ର ସିଂ ଧୋନୀଙ୍କ ଦଳ ସର୍ବଦା ମଧ୍ୟମ ଧରଣର ଅଭିଜ୍ଞ ଖେଳାଳିଙ୍କୁ ବାଛନ୍ତି। ଆଉ ଦଳକୁ ମଧ୍ୟକ୍ରମରେ ଏମତି ଜଣେ ବ୍ୟାଟ୍ସମ୍ୟାନ ଦରକାର, ଯିଏ ଧୋନୀ ଓ ସୁରେଶ ରାଇନାଙ୍କ ସହ ତାଳ ଦେଇ ବଡ଼ ହିଟ୍‌ ମାରିପାରୁଥିବ କିମ୍ବା ସ୍ପିନ ଅଲରାଉଣ୍ଡର। କିନ୍ତୁ ସବୁଠୁ ବଡ଼ କଥା ହେଲା ଦଳ ପାଖରେ କେବଳ ଗୋଟିଏ ବିଦେଶୀ ଖେଳାଳିଙ୍କ ପାଇଁ ଯାଗା ରହିଛି। ତେବେ ବିଦେଶୀ ଖେଳାଳି ଭାବେ ଧୋନୀଙ୍କ ଦଳ ଗ୍ଲେନ ମ୍ୟାକ୍ସଓ୍ବେଲ କିମ୍ବା ଶାକିବ ଅଲ ହାସନଙ୍କୁ ବାଛିପାରେ। ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ କରିବା ଦକ୍ଷତା ସଭିଙ୍କୁ ଜଣା। ଆଉ ଶାକିବ ବିଶ୍ୱର ଅନ୍ୟତମ ସଫଳ ଅଲରାଉଣ୍ଡର। ୩ ଥର ଚାମ୍ପିୟନ ଦଳକୁ ୫ଟି ଭାରତୀୟ ଖେଳାଳି ମଧ୍ୟ ଦରକାର ଥିବାବେଳେ ସିଏସ୍‌କେ ପାଖରେ ୧୯.୯୦ କୋଟି ଟଙ୍କା ରହିଛି। ଏଭଳି ପରିସ୍ଥିତିରେ ଦଳକୁ ଆବଶ୍ୟକ ଥିବା ବିଦେଶୀ ଖେଳାଳିଙ୍କ ପାଇଁ ସିଏସ୍‌କେ ବଡ଼ ମୂଲ୍ୟ ଦେବାକୁ ପଛ ଘୁଞ୍ଚା ଦେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri