Posted inଖେଳ

୨୦୨୧ରେ ଚେନ୍ନାଇ ଦଳର ନେତୃତ୍ୱ କିଏ ନେବ, ସିଇଓ ଦେଲେ ଏମିତି ଉତ୍ତର

ଆଇପିଏଲ ୨୦୨୦ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ଖରାପ ପ୍ରଦର୍ଶନ କରିଛି। ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ପାଇଁ ଦଳ ପ୍ଲେ ଅଫ ରେସ୍‌ରୁ ବାଦ୍‌ ପଡିଛି। ୟୁଏଇରେ ଚାଲିଥିବା ଆଇପିଏଲର ୧୩ ତମ ସିଜିନରୁ ଟୁର୍ନାମେଣ୍ଟ ଇତିହାସର ଦ୍ୱିତୀୟ ସଫଳ ଦଳ ସିଏସ୍‌କେ ବାହାରି ଯାଇଛି। ଏହାପରେ ଦଳର ଭବିଷ୍ୟତ ଏବଂ ବିଶେଷକରି ଧୋନୀଙ୍କ ଉପରେ ପ୍ରଶ୍ନ ଉଠିଛି। ଟୁର୍ନାମେଣ୍ଟର ପରବର୍ତ୍ତୀ ସିଜନରେ ସିଏସ୍‌କେ ଏକ ନୂଆ ଭାବରେ ନଜର ଆସିବ ବୋଲି ବିଶ୍ୱାସ କରାଯାଇଥିଲା। ଅଧିନାୟକଙ୍କ ସମେତ ଅନେକ ଖେଳାଳି ନିଶ୍ଚିତ ଭାବରେ ପରିବର୍ତ୍ତନ ହେବେ ବୋଲି ଆଲୋଚନା କରାଯାଉଛି। ଦଳର ଭବିଷ୍ୟତ ଉପରେ ସିଏସକେ ସିଇଓ କାଶୀ ବିଶ୍ୱନାଥନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ ପରବର୍ତ୍ତୀ ସିଜିନର ଅଧିନାୟକଙ୍କ ନାମ ଘୋଷଣା କରିଛନ୍ତି। ବିଶ୍ୱନାଥନ କହିଛନ୍ତି ଯେ ତାଙ୍କର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ ଧୋନୀ ଆଇପିଏଲ ୨୦୨୧ରେ ସିଏସ୍‌କେର ନେତୃତ୍ୱ ନେବେ। ଆଇପିଏଲରେ ସେ ଆମ ପାଇଁ ତିନୋଟି ଟାଇଟଲ ଜିତିଛନ୍ତି। ପ୍ରଥମଥା ପାଇଁ ଆମେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିଲୁ ନାହିଁ। ତେଣୁ ଏହାର ଅର୍ଥ ନୁହେଁ ଆମେ ଦଳ ପରିବର୍ତ୍ତନ କରିଦେବୁ। ଟୁର୍ନାମେଣ୍ଟରୁ ସୁରେଶ ରାଇନା ଏବଂ ହରଭଜନ ସିଂଙ୍କ ଓହରିଯିବା ଯୋଗୁ ଦଳର ସନ୍ତୁଳନ ଖରାପ ହୋଇଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?