Posted inଖେଳ

ସିଏସ୍‌କେ ୩ରୁ ୩

ଆବୁଧାବି,୨୬।୯: ଚଳିତ ଆଇପିଏଲ ସିଜନରେ ଫେଜ-୨ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିଜୟ ଧାରା ଜାରି ରଖିଛି। ୩ରୁ ୩ ମ୍ୟାଚ୍‌ରେ ବିଜୟୀ ହୋଇଛି ମହେନ୍ଦ୍ର ସିଂ ଧୋନୀଙ୍କ ଦଳ। ରବିବାର ଆବୁଧାବିରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ରୋମାଞ୍ଚକ ହରାଇ ବିଜୟୀ ହୋଇଛି ଚେନ୍ନାଇ। ଏହି ବିଜୟୀ ସହ ଚେନ୍ନାଇ ପଏଣ୍ଟ ଟେବୁଲର ଶୀର୍ଷକୁ ଉଠିଛି। କୋଲକାତା ପକ୍ଷରୁ ଧାର୍ଯ୍ୟ ୧୭୨ ରନ୍‌ର ବିଜୟ ଲକ୍ଷ୍ୟକୁ ହାସଲ କରିବା ପାଇଁ ସିଏସ୍‌କେକୁ ଅନ୍ତିମ ବଲ ପର୍ଯ୍ୟନ୍ତ ଖେଳିବାକୁ ପଡ଼ିଥିଲା।

୧୭୨ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଚେନ୍ନାଇକୁ ୭୪ ରନ୍‌ର ଭଲ ଆରମ୍ଭ ଦେଇଥିଲେ ରୁଜୁରାଜ ଗାଏକ୍ୱାଡ (୪୦) ଓ ଫାଫ ଡୁ’ପ୍ଲେସି (୪୩)। ମଧ୍ୟକ୍ରମରେ ମୋଇନ ଅଲି ୩୨ ରନ୍‌ର ପାଳି ଖେଳିଥିଲେ। ୨୩ ରନ୍‌ ମଧ୍ୟରେ ୪ ଉଇକେଟ ହରାଇବାରୁ ଦଳ ସଙ୍କଟରେ ପଡ଼ିଯାଇଥିଲା। କିନ୍ତୁ ୧୮ତମ ଓଭରରେ ଅନ୍ତିମ ୪ ବଲରେ ଦୁଇଟି ଲେଖାଏ ଛକା ଓ ଚୌକା ଲଗାଇ ରବୀନ୍ଦ୍ର ଜାଡେଜା ମ୍ୟାଚ୍‌ର ଭାଗ୍ୟ ବଦଳି ଦେଇଥିଲେ। ଏତିକିରେ ଶେଷ ହୋଇ ନ ଥିଲା ଅନ୍ତିମ ଓଭରରେ ସୁନିଲ ନାରିଲ ୨ ଉଇକେଟ ନେବାରୁ ମ୍ୟାଚ୍‌ର ଫଳାଫଳ ଶେଷ ବଲରେ ନିର୍ଣ୍ଣୟ ହୋଇଥିଲା।

ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌ ଏକଦା ୫ ଓଭରରେ ୧ ଉଇକେଟ ହରାଇ ୫୦ ରନ୍‌ କରିଥିଲା। ଲାଗୁଥିଲା ଦଳ ବଡ଼ ସ୍କୋର ଛିଡ଼ା କରିବ। କିନ୍ତୁ ଚେନ୍ନାଇର ବୋଲରମାନେ କ୍ରମାଗତ ବ୍ୟବଧାନରେ ଉଇକେଟ ନେଇ କୋଲକାତାକୁ ୧୭୧/୬ରେ ଅଟକାଇ ଦେଇଥିଲେ। କୋଲକାତା ପାଇଁ ଶେଷ ଆଡ଼କୁ ଦୀନେଶ କାର୍ତ୍ତିକ (୨୬) ଓ ନୀତିଶ ରାଣା (୩୭*) ବିସ୍ଫୋରକ ଇନିଂସ ଖେଳିଥିଲେ। ଚେନ୍ନାଇ ପାଇଁ ଜୋଶ ହାଜେଲଉଡ ଓ ଶାର୍ଦ୍ଦୁ ଠାକୁର ନେଇଥିଲେ ୨ ଲେଖାଏ ଉଇକେଟ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri