ଆଇପିଏଲ୍‌ରେ ୪ର୍ଥ ଥର ଲାଗି ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବେ ଚେନ୍ନାଇ-ମୁମ୍ବାଇ

ନୂଆଦିଲ୍ଲୀ, ୭।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଲାଗି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ୟୁଏଇରେ ୧୯ ସେପ୍ଟେମ୍ବରରୁ ୧୦ ନଭେମ୍ବର ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଆଇପିଏଲ୍‌ ସିଜନ-୧୩ର ଉଦ୍‌ଘାଟନୀ ମ୍ୟାଚ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍‌ ମଧ୍ୟରେ ଅନୁଷ୍ଠିତ ହେବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ୩ଥର ଟାଇଟଲ୍‌ ଜିତିଥିବାବେଳେ ରୋହିତ୍‌ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ୪ଥର ଚାମ୍ପିୟନ ହୋଇଛି। ସେପ୍ଟେମ୍ବର ୧୯ରେ ଆବୁଧାବିରେ ଉଭୟ ଦଳ ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ।
ଇତିହାସରେ ୪ର୍ଥ ଥର ଲାଗି ଉଭୟ ସୁପର୍‌ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପର ଓପନିଂ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଥିପୂର୍ବରୁ ୨୦୦୯, ୨୦୧୨ ଓ ୨୦୧୮ରେ ଏହି ଦୁଇ ଦଳ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏହି ୩ଟି ମ୍ୟାଚ୍‌ ମଧ୍ୟରୁ ରୋହିତ୍‌ଙ୍କ ଦଳ ୨ଥର ଜିତିଥିବାବେଳେ ଧୋନୀଙ୍କ ଚେନ୍ନାଇ ଥରେ ବାଜିମାତ୍‌ କରିବାରେ ସଫଳ ହୋଇଥିଲା। ୨୦୦୯ରେ ଅନୁଷ୍ଠିତ ମ୍ୟାଚ୍‌ରେ ମୁମ୍ବାଇ ୧୯ ରନରେ ଚେନ୍ନାଇକୁ ପରାସ୍ତ କରିଥିଲା। ଏହାପରେ ୨୦୧୨ ସଂସ୍କରଣ ପ୍ରଥମ ମ୍ୟାଚ୍‌ରେ ଦୁଇ ଦଳ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌କୁ ମୁମ୍ବାଇ ୮ ଉଇକେଟ୍‌ରେ ଜିତି ନେଇଥିଲା। ୨୦୧୮ ସିଜନରେ କିନ୍ତୁ ଚେନ୍ନାଇ ପରାଜୟ ଧାରା ଭାଙ୍ଗିବାରେ ସଫଳ ହୋଇଥିଲା। ଉଦ୍‌ଘାଟନୀ ମ୍ୟାଚ୍‌ରେ ଧୋନୀଙ୍କ ଦଳ ୧ ଉଇକେଟ୍‌ରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri