Posted inଖେଳ

ଏହି ଅଭିଜ୍ଞ ଖେଳାଳିଙ୍କୁ କିଣିପାରେ ଚେନ୍ନାଇ ସୁପର କିଙ୍ଗ୍ସ, ଧୋନୀଙ୍କୁ ମିଳିବ…

ନୂଆଦିଲ୍ଲୀ,୧୧।୨: କିଛିଦିନରେ ଆରମ୍ଭ ହେବ ଆଇପିଏଲ୍‌୨୦୨୧ ପାଇଁ ନିଲାମୀ ପ୍ରକ୍ରିୟା। ଫେବୃୟାରୀ ୧୮ରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୪ତମ ସିଜନ୍‌ ପାଇଁ ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଆୟୋଜନ କରାଯିବ। ଟିମ୍‌ରୁ ବାହାର ହୋଇଥିବା ଖେଳାଳିମାନେ ଏଥିରେ ଉପଲବ୍ସ ରହିବେ। ସେମାନଙ୍କ ମଧ୍ୟରୁ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ଅନ୍ୟତମ। ରାଜସ୍ଥାନ ରୟାଲ୍ସ ସ୍ମିଥ୍‌ଙ୍କୁ ବାହାର କରିଥିବା ବେଳେ ଏବେ ତାଙ୍କୁ କିଣିବା ପାଇଁ ଅନ୍ୟ ଦଳମାନଙ୍କ ମଧ୍ୟରେ ଏକରକମ ପ୍ରତିଯୋଗିତା ହୋଇପାରେ ବୋଲି ଆଶା କରାଯାଉଛି।

ସ୍ମିଥ୍‌ଙ୍କୁ ପୁଣିଥରେ ରାଜସ୍ଥାନ ରୟାଲ୍ସ ନିଜ ଟିମ୍‌ରେ ସାମିଲ କରିପାରେବ। କାରଣ ତାଙ୍କ ପାଖରେ ରାଇଟ୍‌ ଟୁ ମ୍ୟାଚ୍‌ କାର୍ଡ ରହିଛି। ଯଦି ଦଳ ସ୍ମିଥ୍‌ଙ୍କ ପାଇଁ ଆର୍‌ଟିଏମ୍‌ ବ୍ୟବହାର ନ କରେ ତେବେ ସ୍ମିଥ୍‌ଙ୍କୁ ଅନ୍ୟ ଟିମ୍‌ କିଣିବା ପାଇଁ ଆଗକୁ ଆସିବେ। ବଜେଟ୍‌ ଅନୁସାରେ ସବୁଠାରୁ ଆଗରେ ରହିପାରେ ଚେନ୍ନାଇ ସୁପର କିଙ୍ଗ୍ସ। ସ୍ମିଥ୍‌ ଦଳରେ ସାମିଲ ହେଲେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ସହାୟକ ହେବ। ଉଭୟ ଆଇପିଏଲ୍‌ରେ ଏକାଠି ଖେଳିସାରିଛନ୍ତି। ଉଭୟ ପୁଣେ ସୁପର ଜିଆଣ୍ଟ୍ସରେ ଥିଲେ। ଉଭୟ ଏହି ଟିମ୍‌ ପକ୍ଷରୁ ଦୁଇଟି ସିଜନ୍‌ ଖେଳିଥିଲେ। ପୁଣେ ଟିମ୍‌ ଆଇପିଏଲ୍‌ ୨୦୧୭ର ଫାଇନାଲରେ ପହଞ୍ଚିଥିଲା। ଏଥିରେ ଉଭୟଙ୍କ ଯୋଗଦାନ ରହିଥିଲା। ଏଣୁ ଚଳିତ ବର୍ଷ ଆଇପିଏଲ୍‌ରେ ପୁଣିଥରେ ଉଭୟ ଏକାଠି ମଇଦାନକୁ ଓହ୍ଲାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri