Posted inଖେଳ

ଚେନ୍ନାଇରେ ସିଏସକେ-ଆରଆର ଲଢ଼େଇ…

ନୂଆଦିଲ୍ଲୀ,୧୨।୪ : ଜୋସ ବଟଲର୍‌ ଏବଂ ଯଶସ୍ବୀ ଜୈସୱାଲଙ୍କ ରାଜସ୍ଥାନ ରୟାଲର୍ସ (ଆରଆର) ଦଳର ଓପନିଂ ଯୋଡି ଆଇପିଏଲ ସିରିଜ ୧୬ର ୧୭ତମ ମ୍ୟାଚରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ର ସ୍ପିନ ବୋଲରଙ୍କର ସମ୍ମୁଖୀନ ହେବେ।

ବୁଧବାର ଏହି ମ୍ୟାଚରେ ସିଏସକେ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଏବଂ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ମୁହାଁମୁହିଁ ହେବେ। ଉଭୟ ଦଳ ତିନିଟି ଲେଖାଏଁ ମ୍ୟାଚ ଖେଳିଛନ୍ତି ଏବଂ ଉଭୟେ ଚାରୋଟି ପଏଣ୍ଟ ପାଇଛନ୍ତି। ଉନ୍ନତ ନେଟ ରନ ରେଟ ଯୋଗୁଁ ରାଜସ୍ଥାନ ଦ୍ୱିତୀୟ ସ୍ଥାନରେ ରହିଛି। ଏଥି ସହିତ ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଚମ ସ୍ଥାନରେ ରହିଛି।

ଚେନ୍ନାଇ ସୁପର କିଙ୍ଗ୍ସର ପ୍ଲେଇଙ୍ଗ ୧୧ରେ ରିତୁରାଜ ଗାଇକୱାଡ, ଡିଭନ କନୱେ, ଅଜିଙ୍କ୍ୟ ରାହାଣେ, ମୋଇନ ଅଲି, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ମହେନ୍ଦ୍ର ସିଂ ଧୋନି (କ୍ୟାପଟେନ, ୱିକେଟ କିପର), ମିଚେଲ ସାଣ୍ଟନର୍‌, ରାଜଭାରନ ହଙ୍ଗରଗେକର, ମହିଷ ତେକ୍ସନା, ତୁଷାର ଦେଶପାଣ୍ଡେ ରହିଛନ୍ତି।

ସେହିପରି ରାଜସ୍ଥାନ ରୟାଲ୍ସର ପ୍ଲେଇଙ୍ଗ ୧୧ରେ ଯଶସ୍ବୀ ଜୈସୱାଲ, ଜୋସ ବଟଲର, ସଞ୍ଜୁ ସାମସନ (କ୍ୟାପଟେନ, ୱିକେଟ କିପର), ଧ୍ରୁଭ ଜୁରେଲ / ଦେବଦତ୍ତ ପାଦିକଲ, ଶିମ୍ରନ ହେଟମିୟର, ରିୟାନ ପାରାଗ, ଜେସନ ହୋଲ୍ଡର, ରବିଚନ୍ଦ୍ରନ ଅଶ୍ୱିନ, ମୁରୁଗାନ ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ୟୁଜଭେନ୍ଦ୍ର ଚହଲ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri