ଧୋନୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଜାଡେଜା

ମୁମ୍ବାଇ,୨୨।୪: ମୁମ୍ବାଇ,୨୨।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ରୋମାଞ୍ଚକର ଆଇପିଏଲ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୩ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ହିରୋ ଥିଲେ ମହେନ୍ଦ୍ର ସିଂ ଧୋନୀ। ସେ ମାତ୍ର ୧୩ଟି ବଲ୍‌ରୁ ୨୮ ରନ୍‌ର ପାଳି ଖେଳି ଦଳର ବିଜୟ ପ୍ରଦାନ କରିଥିଲେ। ସେ ମ୍ୟାଚର ଶେଷ ବଲରେ ଚୌକା ମାରି ଦଳକୁ ବିଜୟ ପ୍ରଦାନ କରିଥିଲେ। ଏହା ପରେ ଚେନ୍ନାଇ ଅଧିନାୟକ ରବିନ୍ଦ୍ର ଜାଡେଜା ଧୋନୀଙ୍କୁ ଭିନ୍ନ ଢଙ୍ଗରେ ଅଭିବାଦନ ଜଣାଇଥିଲେ। ଏହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ମ୍ୟାଚ ଶେଷ ହେବା ପରେ ଉଭୟ ଦଳର ଖେଳାଳିମାନେ ହାତ ମିଳାଉଥିଲେ ଏବଂ ସମସ୍ତେ ଧୋନୀଙ୍କ ଇନିଂସକୁ ପ୍ରଶଂସା କରୁଥିଲେ।ଏହି ସମୟରେ ଜାଡେଜା ମଧ୍ୟ ଧୋନୀଙ୍କ ସାମ୍ନାକୁ ଆସିଥିଲେ। ସେ ଧୋନୀ ଆଗରେ ମୁଣ୍ଡନୁଆଁଇ ଧୋନୀଙ୍କୁ ଅଭିବାଦନ ଜଣାଇଥିଲେ ଏବଂ ପରେ ଉଭୟ ଖେଳାଳି ଆଲିଙ୍ଗନ କଲେ।ସୁରେଶ ରାଇନା ଠାରୁ ଆରମ୍ଭ କରି ହରଭଜନ ସିଂ ଏବଂ ଜୋଫ୍ରା ଆର୍ଚର ପର୍ଯ୍ୟନ୍ତ ଧୋନୀଙ୍କ ଇନିଂସକୁ ସାରା ବିଶ୍ୱରୁ କ୍ରିକେଟରମାନେ ପ୍ରଶଂସା କରିଛନ୍ତି।
ଏହି ମ୍ୟାଚ୍‌ରେ ଏମଏସ ଧୋନୀ ୨୦ତମ ଓଭରରେ ସର୍ବାଧିକ ଛକା ବିଶିଷ୍ଟ ଖେଳାଳି ଏବଂ ସର୍ବାଧିକ ରନ କରିଛନ୍ତି। ମୁମ୍ବାଇ ବିପକ୍ଷରେ ମଧ୍ୟ ଶେଷ ଓଭରରେ ସେ ୪ଟି ବଲରେ ୨ ଚୌକା ଓ ଗୋଟିଏ ଛକା ସହାୟତାରେ ୧୬ ରନ ସ୍କୋର କରିଥିଲେ। ଆଇପିଏଲ ଇତିହାସରେ ସେ ୨୪୪ର ଷ୍ଟ୍ରାଇକ ହାରରେ ୨୦ତମ ଓଭରରେ ୬୩୭ ରନ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ୫୧ଟି ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri