Posted inଖେଳ

ଧୋନୀଙ୍କ ପାଇଁ ଏମିତି କିଛି କରି ଦେଖାଇଲେ ବଡ ପ୍ରଶଂସକ

ଚେନ୍ନାଇ,୧୫।୧୦:ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗସ(ସିଏସ୍‌କେ)କୁ ପାଓ୍ବାର ହାଉସ୍‌ କୁହାଯାଏ। ଏହି ଟୁର୍ନାମେଣ୍ଟରେ ଦଳ ତିନିଥର ଟାଇଟେଲ୍‌ ଜିତିଛି। ସିଏସ୍‌କେ ପ୍ରତ୍ୟେକଥର ପ୍ଲେ ଅଫରେ ପହଞ୍ଚି। କିନ୍ତୁ ଏଥର ଦଳ ସେତେଟା ଭଲ ପ୍ରଦର୍ଶନ କରିପାରି ନାହିଁ। ୮ଟି ମ୍ୟାଚ ଖେଳି ମାତ୍ର ୩ଟିରେ ବିଜୟ ହାସଲ କରିଛି। କିନ୍ତୁ ସିଏସ୍‌କେର ପ୍ରଶଂସକଙ୍କ ସଂଖ୍ୟା କୌଣସି ହ୍ରାସ ପାଇ ନାହିଁ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଦଳ ଆଗକୁ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଛି। ଚେନ୍ନାଇ ସୁପର କିଙ୍ଗ୍ସର ସବୁଠାରୁ ବଡ ଶକ୍ତି ହେଉଛି ସେମାନଙ୍କର ବିଶ୍ୱସ୍ତ ପ୍ରଶଂସକ, ଯେଉଁମାନେ ସର୍ବଦା ସେମାନଙ୍କ ପାଖରେ ଛିଡା ହୋଇଛନ୍ତି। ଖେଳାଳିଙ୍କ ମନୋବଳକୁ ସୁଦୃଢ଼ କରିବା ପାଇଁ ସିଏସକେଏ ତାର ଟୁଇଟର୍‌ରେ ପ୍ରଶଂସକଙ୍କ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ତାମିଲନାଡୁର ଅରଙ୍ଗୁରର ବଡ ପ୍ରଶଂସକ ଗୋପୀ କୃଷ୍ଣନ ଏବଂ ତାଙ୍କ ପରିବାରର ଅଛନ୍ତି। ଧୋନୀ ଏବଂ ସିଏସ୍‌କେର ଏହି ସୁପର ଫ୍ୟାନ ତାଙ୍କର ପୁରା ଘରକୁ ହଳଦିଆ ରଙ୍ଗରେ ରଙ୍ଗେଇ ଦେଇଛନ୍ତି। ଏହା ସହିତ ସେ ତାଙ୍କ ଘରର ନାମ ରଖିଛନ୍ତି – ହୋମ୍‌ ଅଫ୍‌ ଧୋନୀ ଫ୍ୟାନ୍‌। ଗୋପୀ କୃଷ୍ଣନ କହିଛନ୍ତି, ମୁଁ ଧୋନୀଙ୍କର ଜଣେ ବଡ଼ ପ୍ରଶଂସକ। ଲୋକମାନେ ତାଙ୍କ ବିଷୟରେ ନକାରାତ୍ମକ ମନ୍ତବ୍ୟ ଦେଉଛନ୍ତି। ବିଶ୍ୱ କ୍ରିକେଟର ଶ୍ରେଷ୍ଠ ଫିନିସର୍‌ ବୋଲି ସେମାନେ ଭୁଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?