୧୦୦ବି ଛୁଇଁପାରିଲାନି ସିଏସ୍‌କେ

ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୩୬ ରନ୍‌ର ଅପରାଜିତ ଇନିଂସ ସତ୍ତ୍ୱେ ସିଏସ୍‌କେ ମାତ୍ର ୯୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଆଇପିଏଲ ଇତିହାସରେ ଦ୍ୱିତୀୟ ଥର ପାଇଁ ୧୦୦ ତଳେ ଅଲଆଉଟ୍‌ ହୋଇଛି ଚେନ୍ନାଇ। ଜବାବରେ ମୁମ୍ବାଇ ୫ ଓଭରରେ ୪ ଉଇକେଟ ହରାଇ ୩୪ ରନ୍‌ କରିଛି।
ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା। ତାଙ୍କ ନିଷ୍ପତ୍ତିକୁ ଡାନିଏଲ ସାମ୍ସ ପ୍ରଥମ ଓଭରରେ ଦୁଇ ଉଇକେଟ ନେଇ ଉଚିତ ସାବ୍ୟସ୍ତ କରିଥିଲେ। ଦ୍ୱିତୀୟ ବଲରେ ସିଏସ୍‌କେର ଇନ୍‌ ଫର୍ମ ଓପନର ଡେଭନ କନଓ୍ବେଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। କିନ୍ତୁ ସେ ଅମ୍ପାୟରଙ୍କ ନିଷ୍ପତ୍ତିରେ ସନ୍ତୁଷ୍ଟ ନ ଥିଲେ ମଧ୍ୟ ଡିଆର୍‌ଏସ୍‌ ବ୍ୟବହାର କରିପାରି ନ ଥିଲେ। କାରଣ ଫ୍ଲଡଲାଇଟ୍‌ରେ ବିଦ୍ୟୁତ ବିଭ୍ରାଟ ଯୋଗୁ ଡିଆରଏସ୍‌ ଉପଲବ୍ଧ ନ ଥିଲା। ସେହି ଓଭରର ଚତୁର୍ଥ ବଲରେ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ ମୋଇନ ଅଲି। ଦ୍ୱିତୀୟ ଓଭରରେ ରବିନ ଉଥପ୍ପା(୧)ଙ୍କୁ ଆଉଟ୍‌ କରିଥିଲେ ଯଶପ୍ରୀତ ବୁମରା। ତା’ ପରେ ଋତୁରାଜ ଗାଏକ୍ୱାଡ (୭) ଓ ଅମ୍ବାତି ରାୟୁଡୁ (୧୦) ଆଉଟ୍‌ ହେବାରୁ ପ୍ଲାଓ୍ବରପ୍ଲେ ଶେଷ ସୁଦ୍ଧା ସିଏସ୍‌କେ ମାତ୍ର ୨୯ ରନ୍‌ରେ ଅଧା ଦଳକୁ ହରାଇ ସାରିଥିଲା। ସେଠାରୁ ଅଧିନାୟକ ଧୋନୀ ନିମ୍ନକ୍ରମର ବ୍ୟାଟର ଶିବମ ଦୁବେ(୧୨), ଡ୍ବେନ ବ୍ରାଭୋ(୧୨)ଙ୍କ ସହ ଦଳୀୟ ସ୍କୋରକୁ ୯୭ରେ ପହଞ୍ଚାଇଥିଲେ। ୧୫ତମ ଓଭରର ଅନ୍ତିମ ବଲରେ ଧୋନୀ ଉଇକେଟକିପର ଇଶାନ କିଷନଙ୍କ ହାତରୁ ଏକ ରନ୍‌ ଚୋରି କଲା ବେଳେ ମୁକେଶ ଚୌଧାରୀ (୪) ରନ୍‌ ଆଉଟ୍‌ ହୋଇଥିଲେ। ଫଳରେ ୧୬ ଓଭରରେ ୯୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ସିଏସ୍‌କେ। ଅଧିନାୟକ ଧୋନୀ ୩୩ ବଲରେ ୩୬ ରନ୍‌ କରି ଅପରାଜିତ ଥିଲେ। ତାଙ୍କ ଇନିଂସରେ ୪ ଚୌକା ଓ ୨ ଛକା ସାମିଲ ଥିଲା। ଦଳକୁ ଅତିରିକ୍ତ ବାବଦରେ ୧୫ ରନ୍‌ ମିଳିଥିଲା। ମୁମ୍ବାଇ ପକ୍ଷରୁ ଡାନିଏଲ ସାମ୍ସ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ରିଲେ ମେରେଡିଥ ଏବଂ କୁମାର କାର୍ତ୍ତିକେୟ ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri