Posted inଖେଳ

ପ୍ରଥମ ମ୍ୟାଚ୍‌ରେ ମୁମ୍ବାଇର ପରାଜୟ ଧାରା ଜାରି

ଚେନ୍ନାଇ,୨୩ା୩: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୪ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ପରାସ୍ତ କରିଛନ୍ତି। ୧୫୬ ରନ୍‌ର ଟାର୍ଗେଟକୁ ଚେନ୍ନାଇ ଅଧିନାୟକ ଋତୁରାଜ ଗାଏକ୍ୱାଡ ଏବଂ ରାଚିନ ରବୀନ୍ଦ୍ରଙ୍କ ଅର୍ଦ୍ଧଶତକ ବଳରେ ୧୯.୧ ଓଭରରେ ୬ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହି ପରାଜୟ ସହ ଆଇପିଏଲରେ ମୁମ୍ବାଇର ପ୍ରଥମ ମ୍ୟାଚ ହାରିବା ଧାରା ଜାରି ରହିଛି। ଦଳ ଲଗାତର ଗତ ୧୩ଟି ସିଜନରେ ପ୍ରଥମ ମ୍ୟାଚକୁ ଜିତିବାରେ ବିଫଳ ହୋଇଛି।

ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୯ ଉଇକେଟ ହରାଇ ୧୫୫ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ତିଲକ ବର୍ମା ୩୧, ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୨୯ ଓ ଦୀପକ ଚହର ୨୮ ରନ କରିଥିଲେ। ସିଏସ୍‌କେ ପକ୍ଷରୁ ନୁର ଅହମ୍ମଦ ସର୍ବାଧିକ ୪ଟି ଉଇକେଟ ନେଇଥିବା ବେଳେ ଖଲିଲ ଅହମ୍ମଦ ୩ଟି ଉଇକେଟ ହାତେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାଥନ ଏଲିସ ଓ ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ଲେଖାଏଁ ଉଇକେଟ୍‌ ଅକ୍ତିଆର କରିଥିଲେ।

ଜବାବରେ ଚେନ୍ନାଇ ୧୯.୧ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଦଳ ପକ୍ଷରୁ ଋତୁରାଜ ୨୬ ବଲରେ ୬ ଚୌକା ଓ ୩ ଛକା ସହିତ ୫୩ ରନ କରିଥିବା ବେଳେ ରାଚିନ ୪୫ ବଲରେ ୨ ଚୌକା ଓ ୪ ଛକା ସହିତ ୬୫ ରନ କରି ଅପରାଜିତ ରହି ମ୍ୟାଚ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri