Posted inଖେଳ

ପ୍ରଥମ ମ୍ୟାଚ୍‌ରେ ମୁମ୍ବାଇର ପରାଜୟ ଧାରା ଜାରି

ଚେନ୍ନାଇ,୨୩ା୩: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୪ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ପରାସ୍ତ କରିଛନ୍ତି। ୧୫୬ ରନ୍‌ର ଟାର୍ଗେଟକୁ ଚେନ୍ନାଇ ଅଧିନାୟକ ଋତୁରାଜ ଗାଏକ୍ୱାଡ ଏବଂ ରାଚିନ ରବୀନ୍ଦ୍ରଙ୍କ ଅର୍ଦ୍ଧଶତକ ବଳରେ ୧୯.୧ ଓଭରରେ ୬ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହି ପରାଜୟ ସହ ଆଇପିଏଲରେ ମୁମ୍ବାଇର ପ୍ରଥମ ମ୍ୟାଚ ହାରିବା ଧାରା ଜାରି ରହିଛି। ଦଳ ଲଗାତର ଗତ ୧୩ଟି ସିଜନରେ ପ୍ରଥମ ମ୍ୟାଚକୁ ଜିତିବାରେ ବିଫଳ ହୋଇଛି।

ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୯ ଉଇକେଟ ହରାଇ ୧୫୫ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ତିଲକ ବର୍ମା ୩୧, ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୨୯ ଓ ଦୀପକ ଚହର ୨୮ ରନ କରିଥିଲେ। ସିଏସ୍‌କେ ପକ୍ଷରୁ ନୁର ଅହମ୍ମଦ ସର୍ବାଧିକ ୪ଟି ଉଇକେଟ ନେଇଥିବା ବେଳେ ଖଲିଲ ଅହମ୍ମଦ ୩ଟି ଉଇକେଟ ହାତେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାଥନ ଏଲିସ ଓ ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ଲେଖାଏଁ ଉଇକେଟ୍‌ ଅକ୍ତିଆର କରିଥିଲେ।

ଜବାବରେ ଚେନ୍ନାଇ ୧୯.୧ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଦଳ ପକ୍ଷରୁ ଋତୁରାଜ ୨୬ ବଲରେ ୬ ଚୌକା ଓ ୩ ଛକା ସହିତ ୫୩ ରନ କରିଥିବା ବେଳେ ରାଚିନ ୪୫ ବଲରେ ୨ ଚୌକା ଓ ୪ ଛକା ସହିତ ୬୫ ରନ କରି ଅପରାଜିତ ରହି ମ୍ୟାଚ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?