ପ୍ରଗତିରେ ବାଧକ ସାଜିଛି ଦୁର୍ନୀତି

ଜଗତ୍‌ସିଂହପୁର, ୧।୧୧ (ପ୍ରମୋଦ କୁମାର ନାୟକ): ସମ୍ପ୍ରତ୍ତି ଦେଶରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଲାଣି। ବିଶେଷକରି ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଅଧିକାରୀ ଓ କର୍ମଚାରୀମାନଙ୍କ ଦୁର୍ନୀତିଖୋର ମନୋଭାବ ଚିନ୍ତାର କାରଣ ପାଲଟିଛି। ଅପରପକ୍ଷେ ପ୍ରତିବର୍ଷ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଏହା କେବଳ ପ୍ରହସନ କହିଲେ ଅତ୍ୟୁକ୍ତି ହେବନାହିଁ। ସାଧାରଣରେ ଏଭଳି ଅସନ୍ତୋଷ ପ୍ରକାଶ ପାଉଥିବାବେଳେ ସୋମବାର ଚିରାଚରିତ ଢଙ୍ଗରେ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରିବାକୁ ନିଷ୍ପତ୍ତି ହୋଇଛି । ବ୍ୟବସ୍ଥାରେ ସ୍ବଚ୍ଛତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଦୁର୍ନୀତି ନିବାରଣ ସଚେତନତା ଶପଥପାଠ ଆଭାସୀ ମାଧ୍ୟମରେ ରାଜ୍ୟବ୍ୟାପୀ ଅନୁଷ୍ଠିତ ହୋଇଯାଇଛି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲାରେ କାର୍ଯ୍ୟକ୍ରମ କରାଯାଇଛି। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ଦେଶର ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତି ପଥରେ ପ୍ରତିବନ୍ଧକ ସାଜୁଥିବା ଦୁର୍ନୀତିର ମୂଳୋତ୍ପାଟନ କରିବା। ଅର୍ଥାତ୍‌ ନିଜର ଆଚରଣରେ ସଚ୍ଚୋଟତା ଓ ଆଇନର ଶାସନ ବ୍ୟବସ୍ଥାକୁ ଅନୁପାଳନ କରି ସମସ୍ତ ଦାୟିତ୍ୱକୁ ସାଧୁତା ଏବଂ ସ୍ବଚ୍ଛତାର ସହ ସମ୍ପାଦନ କରିବା। ଏହି ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ଜିଲାସ୍ତରରେ ଶପଥପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଜଗତ୍‌ସିଂହପୁର ଜିଲାପାଳ ପାରୁଲ ପଟାୱାରି, ଆରକ୍ଷୀ ଅଧୀକ୍ଷକ ରାହୁଲ ପିଆର୍‌, ଅତିରିକ୍ତ ଜିଲାପାଳ ଚିନ୍ମୟୀ ବିଶ୍ୱାଳ, ଲଗ୍ନଜିତ ରାଉତଙ୍କ ସମେତ ଜିଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଶପଥପାଠ କରିଥିଲେ। ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲାପାଳ ଚିନ୍ମୟୀ ବିଶ୍ୱାଳ ଓ ଲଗ୍ନଜିତ ରାଉତଙ୍କ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଦୁର୍ନୀତି ନିବାରଣର ଶପଥପାଠ କରାଯାଇଥିଲା। ଏହି ଉତ୍ସବରେ ଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ ଓ ଦୁର୍ନୀତି ନିବାରଣ ବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?