ଜେଏସ୍‌ପିକୁ ସିଏସ୍‌ଆର୍‌ ହେଲ୍‌ଥ ଇମ୍ପାକ୍ଟ ଗୋଲ୍ଡ ଆୱାର୍ଡ

ଭୁବନେଶ୍ୱର,୧୬।୭: ଦେଶର ପ୍ରମୁଖ ଇସ୍ପାତ ନିର୍ମାତା ତଥା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି କୋଭିଡ ରିଲିଫ୍‌ ପଦକ୍ଷେପ ପାଇଁ ଜେଏସ୍‌ପିକୁ ସିଏସ୍‌ଆର୍‌ ହେଲ୍‌ଥ ଇମ୍ପାକ୍ଟ ଗୋଲ୍ଡ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମେଗା ପ୍ରୋଜେକ୍ଟ ବର୍ଗରେ ଜେଏସ୍‌ପିକୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ସେହିଭଳି ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ ଯୋଗଦେଇ ଜେଏସ୍‌ପିର ପ୍ରେସିଡେଣ୍ଟ ତଥା ଗ୍ରୁପ୍‌ ହେଡ୍‌ (ସିଏସ୍‌ଆର୍‌) ପ୍ରଶାନ୍ତ କୁମାର ହୋତା ପୁଡୁଚେରୀର ପୂର୍ବତନ ଲ୍ୟୁଟ୍‌ନାଣ୍ଟ ଗଭର୍ନର ଡ. କିରଣ ବେଦୀଙ୍କଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ହୋତା କହିଥିଲେ, କୋଭିଡ୍‌ ମହାମାରୀ ସମଗ୍ର ମାନବିକତା ପାଇଁ ଏକ ଆହ୍ବାନପୂର୍ଣ୍ଣ ସମୟ ଥିଲା। ଏହି ସମୟରେ ଜେଏସ୍‌ପିର ଚେୟାରମ୍ୟାନ ନବୀନ ଜିନ୍ଦଲ ଏବଂ ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ ଶାଲୁ ଜିନ୍ଦଲ ବହୁମୁଖୀ ପଦକ୍ଷେପ ଗ୍ରହଣ କରିଥିଲା। ବିଶେଷକରି ଜନସାଧାରଣ ତଥା ପ୍ରଶାସନକୁ ଜେଏସ୍‌ପି ଆବଶ୍ୟକ ସମର୍ଥନ ଯୋଗାଇବା ସହ କୋଭିଡ୍‌-୧୯ର ମୁକାବିଲା ନିମନ୍ତେ ଆମେ ଆଗଭର ହେବା ସହ ଲକ୍‌ଡାଉନ ସମୟରେ ଲୋକମାନଙ୍କୁ ଖାଦ୍ୟ ଯୋଗାଇବାଠାରୁ ଆରମ୍ଭକରି ଡାକ୍ତରଖାନାଗୁଡ଼ିକୁ ଲିକ୍ୱିଡ ମେଡିକାଲ ଅକ୍ସିଜେନ ଯୋଗାଇବା ପର୍ଯ୍ୟନ୍ତ ବିଭିନ୍ନ ଉଦ୍ୟମ କରିଥିଲୁ। ଏପରିକି ଉକ୍ତ ପୁରସ୍କାର ପାଇଁ ସେ ଜୁରି ଏବଂ ଆୟୋଜକଙ୍କୁ ସାଧୁବାଦ ଜଣାଇଥିଲେ। ଉଲ୍ଲେଖଯୋଗ୍ୟ, ଏହି କାର୍ଯ୍ୟକ୍ରମର ଏକ ପ୍ୟାନେଲ ବକ୍ତାଭାବେ ଯୋଗଦେଇ ହୋତା ବିଗତ ବର୍ଷଗୁଡ଼ିକରେ ସିଏସ୍‌ଆର୍‌ର ରୂପାନ୍ତରଣ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri