ଜେଏସ୍‌ପିକୁ ସିଏସ୍‌ଆର୍‌ ଜର୍ନାଲ ସିଏସ୍‌ଆର୍‌ ଏକ୍ସଲେନ୍ସ ଆଓ୍ବାର୍ଡ

ଭୁବନେଶ୍ୱର,୧୧।୧୨ (ଅଭୟ ଦାଶ): ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଭାରତର ଗ୍ରାମାଞ୍ଚଳ ତଥା ଆଦିବାସୀ ଅଞ୍ଚଳରେ କ୍ରୀଡ଼ାର ବିକାଶ ପାଇଁ କମ୍ପାନୀର ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜେଏସ୍‌ପିକୁ ସିଏସ୍‌ଆର୍‌ ଜର୍ନାଲ ଦ୍ୱାରା ସିଏସ୍‌ଆର୍‌ ଏକ୍ସଲେନ୍ସ ଆୱାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜଠାରେ ଆୟୋଜିତ ଏକ ସମ୍ମାନ ସମାରୋହରେ ଜେଏସ୍‌ପିକୁ ଉପରୋକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜେଏସ୍‌ପିର ପ୍ରେସିଡେଣ୍ଟ ତଥା ଗ୍ରୁପ ହେଡ୍‌ (ସିଏସ୍‌ଆର୍‌) ପ୍ରଶାନ୍ତ କୁମାର ହୋତାଙ୍କୁ ସିଏସଆର୍‌ ଏକ୍ସଲେନ୍ସ ଆୱାର୍ଡ ପ୍ରଦାନ କରିଥିଲେ। ଏହି ଅବସରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଧେଙ୍କ ସମେତ ଅଭିନେତା ଆମୀର ଖାନ୍‌, କବି ଡ. କୁମାର ବିଶ୍ବାସ ଏବଂ ବହୁ ବରିଷ୍ଠ କର୍ପୋରେଟ କାର୍ଯ୍ୟନିର୍ବାହୀମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ୍‌ ଶାଲୁ ଜିନ୍ଦଲ କହିଛନ୍ତି, ଦେଶ ପାଇଁ ଗୌରବ ଆଣିବା ସହିତ ୨୫,୦୦୦ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଏକ ଅନ୍ତର୍ଭୁକ୍ତ କ୍ରୀଡ଼ା ଇକୋ ସିଷ୍ଟମ ଗଠନ କରୁଛୁ। ବିଶେଷ କରି ଆମର ଖେଳ ପ୍ରତିଭା ବର୍ତ୍ତମାନ ଜାତୀୟ ତଥା ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଚାମ୍ପିୟନ୍‌ ହୋଇଥିବାରୁ ଏହା ଆମ ପାଇଁ ବେଶ୍‌ ସନ୍ତୋଷଜନକ ହୋଇଛି।
ସେହିଭଳି ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି)ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱ ଭାରତର ଗ୍ରାମାଞ୍ଚଳ ତଥା ଆଦିବାସୀ ଅଞ୍ଚଳରେ କ୍ରୀଡାର ଉତ୍ଥାନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ କରୁଛି। ବିଶେଷକରି କମ୍ପାନୀର ସାମାଜିକ ସଂସ୍ଥା ଜେଏସ୍‌ପି ଫାଉଣ୍ଡେଶନ ମାଧ୍ୟମରେ ୨୫,୦୦୦ରୁ ଅଧିକ କ୍ରୀଡା ପ୍ରତିଭାଙ୍କ ବିକାଶରେ କମ୍ପାନୀ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଏହା ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଜିଲାରେ ପ୍ରାୟ ୫୦୦୦ ଯୁବ ହକି ପ୍ରତିଭାଙ୍କ ପ୍ରୋତ୍ସାହନ ଅନ୍ତର୍ଭୁକ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?