ଏଏସ୍‌ବିଏମ୍‌ର ସିଏସଆର କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ ବିଶ୍ୱବିଦ୍ୟାଳୟ ପକ୍ଷରୁ ବନମହୋସତ୍ବ ପାଳିତ ହୋଇଯାଇଛି। ଏପରିକି ନିକଟରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶ୍ୱବିଦ୍ୟାଳୟର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସଆର) କାର୍ଯ୍ୟକ୍ରମ ଜରିଆରେ ଉପରୋକ୍ତ କାର୍ଯ୍ୟ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା କୁଳାଧ୍ୟକ୍ଷ ପ୍ରଫେସ୍‌ର (ଡ.) ବିଶ୍ୱଜିତ୍‌ ପଟ୍ଟନାୟକ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରମାନଙ୍କ ଗହଣରେ ବୃକ୍ଷରୋପଣ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ୟାନ ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଉଦ୍ୟାନ କର୍ମୀମାନଙ୍କୁ ଛତା ଉପହାର ପ୍ରଦାନ କରିଥିଲେ ା ପରିଶେଷରେ ଉପସ୍ଥିତ ଛାତ୍ରଛାତ୍ରୀ, ଉଦ୍ୟାନକର୍ମୀ, ଶିକ୍ଷକ-ଶିକ୍ଷୟତ୍ରୀ ଓ କର୍ମଚାରୀ ମାନଙ୍କୁ ବନୀକରଣ ଓ ବନସୁରକ୍ଷା ଉଦ୍ଦେଶ୍ୟରେ ଅଭିପ୍ରେତ ଏକ ଉଦବୋଧନ ପ୍ରଦାନ କରିଥିଲେ ା ଅପରପକ୍ଷରେ ଉପ କୁଳାଧ୍ୟକ୍ଷ ପ୍ରଫେସର୍‌ (ଡ.) କଲ୍ୟାଣ ଶଙ୍କର ରାୟ, କୁଳପତି ପ୍ରଫେସ୍‌ର (ଡ.) ରଞ୍ଜନ କୁମାର ବଳ, ଉପ କୁଳପତି ପ୍ରଫେସର (ଡ.) ଫାଲଗୁ ନିରଞ୍ଜନା, ପ୍ରମୁଖ ନିର୍ଦ୍ଦେଶକ ପ୍ରଫେସ୍‌ର (ଡ.) ସ୍ମାରକୀ ପଟ୍ଟନାୟକ, କୁଳସଚିବ ଓ ଡିନ୍‌ ସମୁହ ଉପସ୍ଥିତ ଥିଲେ ା ସିଏସ୍‌ଆର ସଂଯୋଜକ ପ୍ରଫେସ୍‌ର ଝରାଶ୍ରୀ ପାଇକାରୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା

 


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri