ୟୁବିଆଇର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷ କରି ୟୁବିଆଇର କର୍ପୋରେଟ ସାମାଜିକ ଦାୟିତ୍ୱବୋଧତା(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ସ୍ଥାନୀୟ ସିଆର୍‌ପିଏଫ୍‌ କ୍ୟାମ୍ପସ୍‌ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୨କୁ ସ୍ମାର୍ଟ ଶ୍ରେଣୀଗୃହ ଉପକରଣ ଯଥା ପ୍ରୋଜେକ୍ଟର, କମ୍ପ୍ୟୁଟର ଏବଂ ଆବଶ୍ୟକ ଉପକରଣ ଆଦି ଦିଆଯାଇଥିଲା। ଏପରିକି ୟୁବିଆଇ ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ସତ୍ୟବାନ ବେହେରା ସ୍କୁଲର ପ୍ରିନ୍ସିପାଲ ଅଞ୍ଜନ କୁମାର ଖଟୁଆଙ୍କୁ ବ୍ୟାଙ୍କର ମହିଳା ସଶକ୍ତୀକରଣ କମିଟିର ସଦସ୍ୟ ଓ ସ୍କୁଲ କର୍ମଚାରୀମାନଙ୍କ ଉପସ୍ଥିତିରେ ଉପରୋକ୍ତ ଉପକରଣ ପ୍ରଦାନ କରାଯାଇଥିଲା। ସେହିଭଳି ମହିଳା ସଶକ୍ତୀକରଣକୁ ଆଗେଇନେବା ପାଇଁ ୟୁବିଆଇର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଏଭଳି ଏକ ସିଏସ୍‌ଆର୍‌ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଅପରପକ୍ଷରେ କେନ୍ଦ୍ରୀୟ ବିଦ୍ୟାଳୟ-୨ର ପ୍ରିନ୍ସିପାଲ ଅଞ୍ଜନ କୁମାର ଖଟୁଆ ଦେଶରେ ନାରୀ ଶକ୍ତିକୁ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇବା ଉପଲକ୍ଷେ ୟୁବିଆଇର ଏଭଳି ଏକ ଅଭିନବ ପଦକ୍ଷେପକୁ ସେ ଖୁବ୍‌ ପ୍ରଶଂସା କରିଥିଲେ। ଉଲ୍ଲେଖଯୋଗ୍ୟ, ୟୁବିଆଇର ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏ. ମଣି ମେଖାଲାଇଙ୍କ ଉପନ୍ୟାସ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ମୌଳିକ ସୁବିଧା ଏବଂ ସ୍ବଚ୍ଛ ପରିବେଶ ଆଣିବା ଦିଗରେ ଏକ ଅତୁଳନୀୟ ଭୂମିକା ନିର୍ବାହ କରୁଛି। ଏପରିକି ମହିଳା ବର୍ଗଙ୍କୁ ସହଯୋଗ କରିବା ସହ ମାନବ ସ୍ଫୁର୍ତ୍ତିକୁ ଜାଗ୍ରତ କରୁଛି। ଏଭଳି ଏକ ପଦକ୍ଷେପ ଭବିଷ୍ୟତର ଯୁବପିଢ଼ିଙ୍କ ପାଇଁ ଉନ୍ନତ ବୈଷୟିକ ସୁବିଧା ସୃଷ୍ଟି କରିବା ସହ ଛାତ୍ରୀଛାତ୍ରମାନଙ୍କୁ ଉନ୍ନତ ଶିକ୍ଷାଦାନ ସୁବିଧା ପ୍ରଦାନ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri