Posted inଖେଳ

ଜେଏସ୍‌ପିକୁ ସିଏସ୍‌ଆର୍‌ ଟାଇମ୍ସ ପୁରସ୍କାର

ଭୁବନେଶ୍ୱର,୨୫।୮ (ଅଭୟ ଦାଶ): ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଜେଏସ୍‌ପିର ଉଲ୍ଲେଖନୀୟ କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ପାଇଁ କମ୍ପାନୀ ୨ଟି ପୃଥକ୍‌ ବର୍ଗରେ ସିଏସ୍‌ଆର୍‌ ଟାଇମ୍ସ ପୁରସ୍କାର ଲାଭ କରିଛି। ସେହିଭଳି ଗୋଆର ପଞ୍ଜିମଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ କମ୍ପାନୀକୁ ସିଏସ୍‌ଆର୍‌ ଟାଇମ୍ସ ପୁରସ୍କାର ଦିଆଯାଇଛି। ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଜେଏସ୍‌ପିର ସଭାପତି ତଥା ଗ୍ରୁପ୍‌ ହେଡ୍‌ (ସିଏସ୍‌ଆର୍‌) ପ୍ରଶାନ୍ତ ହୋତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଗୋଆ ସିଏସ୍‌ଆର୍‌ ଅଥରିଟିର ପ୍ରମୁଖ ପରାମର୍ଶଦାତା ଡ.ଗୁରୁରାଜ, ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କର୍ପ ଆଫେୟାରର ପୂର୍ବତନ ମହାନିର୍ଦ୍ଦେଶକ ଡ.ଭାସ୍କର ଚାଟାର୍ଜୀ, ସିଏସ୍‌ଆର୍‌ ଟାଇମ୍ସର ସମ୍ପାଦକଙ୍କ ସମେତ ବିଭିନ୍ନ କମ୍ପାନୀର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଜେଏସ୍‌ପି ଫାଉଣ୍ଡେଶନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ କହିଛନ୍ତି, ଦୁଇଟି ବର୍ଗରେ ସିଏସ୍‌ଆର୍‌ ଟାଇମ୍ସ ପୁରସ୍କାର ପାଇବା ଆମ ପାଇଁ ଗୌରବର କଥା ହୋଇଥିଲାବେଳେ ଜୀବିକା ବିକାଶ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକମାନଙ୍କୁ ସଶକ୍ତ କରିବା ପାଇଁ ଆମର ନିରନ୍ତର ପ୍ରୟାସକୁ ଏହି ପୁରସ୍କାର ପ୍ରତିଫଳିତ କରୁଛି।
ସେହିଭଳି ଆମେ ବିଶ୍ୱାସ କରୁ ଯେ ଜୀବିକା ଉପାର୍ଜନ ଏକ ମୌଳିକ ଅଧିକାର ଏବଂ ସମାଜରେ ଜୀବିକା ଅସମାନତାକୁ ଦୂରକରିବା ପାଇଁ ଆମେ ସର୍ବଦା କାର୍ଯ୍ୟ କରୁଛୁ। ଜନ ଜୀବିକା କେନ୍ଦ୍ର, ଡୋକ୍ରା କଳା, ଟେରାକୋଟା, ଏସ୍‌ଏଚ୍‌ଜି ମାଧ୍ୟମରେ ମହିଳା ସଶକ୍ତୀକରଣ ଭଳି ବିଭିନ୍ନ ଜୀବିକା ପ୍ରୋତ୍ସାହନ କାର୍ଯକ୍ରମ ମାଧ୍ୟମରେ ଲୋକମାନଙ୍କ ଆର୍ଥିକ ଏବଂ ସାମାଜିକ ଉନ୍ନତି ଆଣିବା ପାଇଁ ଜେଏସ୍‌ପି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri