ଦୁଇବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କ ଟିକାକରଣରେ କ୍ୟୁବା ପ୍ରଥମ, ହେଲେ ମିଳିନି ଡବ୍ଲୁଏଚ୍‌ଓର ମଞ୍ଜୁରୀ

ହୱାନା,୭ ।୯: ସାରା ବିଶ୍ୱରେ କରୋନା ଭାଇରସକୁ ଦୂରେଇବା ପାଇଁ ଭ୍ୟାକ୍ସିନ ବା ଟିକାକରଣର ଅଭିଯାନ ଯୋର ସୋରରେ ଚାଲିଛି । ହେଲେ ଏପର୍ଯ୍ୟନ୍ତ ଛୋଟ ପିଲାମାନଙ୍କ ପାଇଁ ଭ୍ୟାକ୍ସିନ ନ ଆସିବା ଚିନ୍ତାର କାରଣ ପାଲଟିଛି । ଆମେରିକାଠାରୁ ଆରମ୍ଭ କରି ଭାରତ ପର୍ଯ୍ୟନ୍ତ ପ୍ରାୟ ସମସ୍ତ ଦେଶ ଏହାକୁ ନେଇ ରିସର୍ଚ୍ଚ ଜାରି ରଖିଛନ୍ତି । କୁହାଯାଉଛି କି ବଡ ମାନଙ୍କୁ ଦିଆଯାଉଥିବା ଭ୍ୟାକ୍ସିନ ଛୋଟ ପିଲାଙ୍କ କ୍ଷେତ୍ରରେ ମଧ୍ୟ ଭଲ କାମ କରିବ । ହେଲେ ଏପର୍ଯ୍ୟନ୍ତ ଏହା ପିଲାମାନଙ୍କୁ ଦିଆଯାଇ ନାହିଁ । ଏହାରି ଭିତରେ କ୍ୟୁବା ପ୍ରଥମ ଦେଶ ଭାବେ ୨ ବର୍ଷ ବୟସରୁ ଅଧିକ ପିଲାମାନଙ୍କୁ ଭ୍ୟାକ୍ସିନ ଦେବା ଆରମ୍ଭ କରିଛି । ହେଲେ ଏହି ଭ୍ୟାକ୍ସିନ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲଏଚ୍‌ଓ) ଦ୍ୱାରା ମଞ୍ଜୁରୀ ପାଇନାହିଁ ଓ ଏହା କ୍ୟୁବାରେ ହିଁ ତିଆରି କରାଯାଇଛି ବୋଲି ଜଣାପଡିଛି । ଗୁରୁତ୍ୱପୂର୍ଣ୍ଣ କଥାହେଲା ୧.୧୨ କୋଟି ଜନସଂଖ୍ୟା ବିଶିଷ୍ଟ ଏହି ଦେଶରେ ସରକାର ସ୍କୁଲ ଖୋଲିବା ପୂର୍ବରୁ ସମସ୍ତ ପିଲାଙ୍କୁ ଟିକା ଦେବାକୁ ସ୍ଥିର କରିଛନ୍ତି । କ୍ୟୁବାରେ ଅଧିକାଂଶ ସ୍ଥାନରେ ଇଣ୍ଟରନେଟ୍ ନ ଥିବାରୁ ପିଲାମାନେ ଟେଲିଭିଜନ ମାଧ୍ୟମରେ ଶିକ୍ଷା ଗ୍ରହଣ କରୁଛନ୍ତି । ସେଥିପାଇଁ ସରକାର ଶୀଘ୍ର ସ୍କୁଲ ଖୋଲିବାକୁ ଏଭଳି ପଦକ୍ଷେପ ନେଇଛନ୍ତି । ଅବଦଲା ଓ ସୋବେରାନା ନାମକ ଦୁଇଟି ଟିକା ପିଲାଙ୍କୁ ଦିଆଯାଇଥିବା ଜଣାପଡିଛି । ଶୁକ୍ରବାର ଏହି ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ୧୨ ବର୍ଷରୁ ଊର୍ଦ୍ଧ୍ୱ ବୟସର ପିଲାଙ୍କୁ ଏହା ଦିଆଯାଇଛି । ସୋମବାର ୨-୧୧ ବର୍ଷ ବୟସର ପିଲାମାନଙ୍କୁ ଏହି ଟିକା ଦେବା ଆରମ୍ଭ କରାଯାଇଛି ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri