ସିୟୁଇଟି ୟୁଜି ଆବେଦନ ଅବଧି ୫କୁ ବୃଦ୍ଧି

ଭୁବନେଶ୍ୱର,୧।୪(ଅସମାପିକା ସାହୁ): ବିିଭିନ୍ନ ବିଶ୍ୱବିଦ୍ୟାଳୟରେ ୟୁଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା (ସିୟୁଇଟି ୟୁଜି)-୨୦୨୪ର ଆବେଦନ ଅବଧି ବୃଦ୍ଧି କରାଯାଇଛି। ଏ ନେଇ ରବିବାର ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ସୂଚନା ଦିଆଯାଇଛି। ଏନ୍‌ଟିଏ ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଏପ୍ରିଲ ୫ ତାରିଖ ରାତି ୯ଟା ୫୦ ଭିତରେ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ୫ ତାରିଖ ରାତି ୧୧ଟା ୫୦ ଭିତରେ ଫି’ ଦାଖଲ କରିବାକୁ ପଡ଼ିବ। ଯଦି ଆବେଦନ ଫର୍ମରେ କୌଣସି ପରିବର୍ତ୍ତନ କରିବାର ଥିବ ତେବେ ଏପ୍ରିଲ ୬ରୁ ୭ ତାରିଖ ରାତି ୧୧ଟା ୫୦ ମଧ୍ୟରେ କରିବାକୁ ହେବ। ଆବେଦନ ପାଇଁ ଯେକୌଣସି ସରକାରୀ ପ୍ରମାଣପତ୍ର (ଆଧାର କାର୍ଡ, ପାସ୍‌ପୋର୍ଟ ଇତ୍ୟାଦି) ବା ସ୍କୁଲ ଆଇଡି କାର୍ଡ ମଧ୍ୟ ଦାଖଲ କରାଯାଇପାରିବ। ତଥାପି ଆବେଦନ ନେଇ କୌଣସି ସନ୍ଦେହ ଥିଲେ ଏନ୍‌ଟିଏ ହେଲ୍ପ ଡେସ୍କ ୦୧୧୪୦୭୫୯୦୦୦ ନମ୍ବରକୁ ଯୋଗାଯୋଗ କରିବା ପାଇଁ କୁହାଯାଇଛି। ନଚେତ୍‌ cuet-ug@nta.ac.inକୁ ଲେଖି ବୁଝିପାରିବେ। ଏଥିସହିତ ଛାତ୍ରୀଛାତ୍ରମାନେ ପରୀକ୍ଷା ସମ୍ବନ୍ଧୀୟ ସୂଚନା ପାଇଁ ଏନ୍‌ଟିଏ ଓ୍ବେବସାଇଟ www.nta.ac.in, https://exams.nta.ac.in/CUET-UGକୁ
ରେଗୁଲାର ଚେକ୍‌ କରିବା ପାଇଁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଆଧାର ସମ୍ପର୍କିତ ସମସ୍ୟା ଦେଖାଯିବାରୁ ଆବେଦନ ସମୟରେ ଛାତ୍ରୀଛାତ୍ରମାନେ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ତେଣୁ ଏହାକୁ ଦୃଷ୍ଟିରେ ରଖି ଏନ୍‌ଟିଏ ଆବେଦନ ଅବଧି ବୃଦ୍ଧି କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri