ହୀରାକୁଦ ଜଳଭଣ୍ଡାରରେ କେଜ୍‌ କଲ୍‌ଚର ମାଛ ଚାଷ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ୧୫ ଅନ୍‌ଲାଇନ ସେବା ଶୁଭାରମ୍ଭ କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରି (କେଜ୍‌ କଲ୍‌ଚର) ମାଛ ଚାଷ ପାଇଁ ବିଭିନ୍ନ ଉଦ୍ୟୋଗୀଙ୍କ ସହିତ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅନ୍‌ଲାଇନ ସେବା ଦ୍ୱାରା ମାଛ ଚାଷୀ ଓ ଉଦ୍ୟୋଗୀମାନେ ଘରେ ରହି ବିଭିନ୍ନ ସରକାରୀ ଯୋଜନାର ସୁବିଧା ପାଇ ପାରିବେ। ଡଙ୍ଗାର ପଞ୍ଜୀକରଣ ଓ ଲାଇସେନ୍ସ, ଲବଣାକ୍ତ ଜଳ ମାଛ ଚାଷର ପଞ୍ଜୀକରଣ, ବିଭିନ୍ନ ଯୋଜନାରେ ରିହାତି ଲାଭ ଆଦି ଅନେକ କାର୍ଯ୍ୟ ସୁବିଧାରେ ହୋଇପାରିବ। ବୃହତ୍‌ ଓ ମଧ୍ୟମ ଧରଣର ହ୍ରଦରେ କେଜ୍‌ କଲ୍‌ଚର ଜରିଆରେ ମାଛ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚରେ ଏକ ନୂତନ ନୀତି ଗ୍ରହଣ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ରାଜ୍ୟର ବର୍ଷିିକ ମତ୍ସ୍ୟ ଉତ୍ପାଦନ ୧.୨୪ ଟନ୍‌ ବଢିପାରିବ ଏବଂ ରାଜ୍ୟରେ ମାଛର ସମ୍ପୂର୍ଣ୍ଣ ଚାହିଦା ପୂରଣ ହୋଇ ପାରିବ। କେଜ୍‌ କଲ୍‌ଚର ଦ୍ୱାରା ମତ୍ସ୍ୟ କ୍ଷେତ୍ରରେ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ମିଳିବା ସହିତ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ହେବ। ଜଳଭଣ୍ଡାର ଲିଜ୍‌ ରୟାଲ୍‌ଟିରୁ ପ୍ରାଥମିକ ମତ୍ସ୍ୟ ସମବାୟ ସମିତିଗୁଡିକ ଲାଭବାନ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟର ଉଦ୍ୟୋଗୀମାନଙ୍କୁ ବାର୍ଷିକ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି। ରାଜ୍ୟର ଚାଷୀ ଓ ଯୁବକମାନଙ୍କୁ ବ୍ୟାପକ ଭାବେ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାର କୃଷିର ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ରାଜ୍ୟର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀଙ୍କ ପାଇଁ ଅଭିବୃଦ୍ଧିର ଇଞ୍ଜିନ ଭାବେ ଗ୍ରହଣ କରିଛନ୍ତି। ଏଥିପାଇଁ ଚଳିତ ବର୍ଷ ଏହି କ୍ଷେତ୍ରକୁ ବଜେଟ ପରିମାଣ ଦୁଇଗୁଣ ବୃଦ୍ଧି କରାଯାଇଛି। ୨୦୧୯-୨୦ରେ ପ୍ରାଥମିକ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୯ ପ୍ରତିଶତ ରହିଥିଲା। ଯାହାକି ଅନ୍ୟ ପ୍ରାଥମିକ କ୍ଷେତ୍ରଗୁଡିକ ଠାରୁ ଯଥେଷ୍ଟ ଅଧିକ । ଏଥିସହିତ କୋଭିଡ୍‌ ସମୟରେ ଆନୁଷଙ୍ଗିକ କ୍ଷେତ୍ରଗୁଡିକ ପାଇଁ ରାଜ୍ୟ ସରକାର ୧୭୩ କୋଟି ଟଙ୍କାର କୋଭିଡ୍‌ ପ୍ୟାକେଜ ଘୋଷଣା କରିଛନ୍ତି। । ଏହା ଦ୍ୱାରା ୪୪ ହଜାରରୁ ଊର୍ଦ୍ଧ୍ୱ ଚାଷୀ ଉପକୃତ ହୋଇଛନ୍ତି।
ସୂଚନା ଯୋଗ୍ୟ ଯେ, ରାଜ୍ୟର ବୃହତ୍‌ ଓ ମଧ୍ୟମ ଜଳଭଣ୍ଡାରର ୧ ପ୍ରତିଶତ ଜଳରେ ବ୍ୟବସାୟିକ ଭାବେ ପଞ୍ଜୁରି ମାଛ ଚାଷ ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାର ପ୍ରଥମ ପଦକ୍ଷେପ ଭାବେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ୬୦୦ ସବ୍‌ଜୋନ୍‌ ମଧ୍ୟରୁ ୧୦୦ ସବ୍‌ଜୋନ୍‌ରେ ଉଦ୍ୟୋଗୀମାନଙ୍କ ଠାରୁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ଉଦ୍ୟୋଗୀଙ୍କ ସହିତ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରି ମାଛ ଚାଷ ନିମନ୍ତେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି।
ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବର୍ଣ୍ଣନା କରି କହିଥିଲେ, ମୁଖ୍ୟମନ୍ତ୍ରୀଙ୍କର ଦୃଢ଼ ନେତୃତ୍ୱରେ ବିଭାଗ ରାଜ୍ୟର କୃଷକ ଓ ଆନୁଷଙ୍ଗିକ କ୍ଷେତ୍ରର ବିକାଶ ଉପରେ ଗୁରୁତ୍ୱ ଦେବା ସହ ଏ କ୍ଷେତ୍ରରେ ଅଧିକ ଉଦ୍ୟୋଗୀ ସୃଷ୍ଟି ପାଇଁ ପ୍ରୋତ୍ସାହିତ କରାଯାଉଛି।
ଏହି ଅବସରରେ କେଜ୍‌ କଲ୍‌ଚର ମାଛ ଚାଷ ସମ୍ପର୍କରେ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା। ଦୁଇଜଣ କେଜ୍‌ କଲ୍‌ଚର ଚାଷୀଙ୍କ ମତାମତ ନିଆଯାଇଥିଲା। ବିଭାଗୀୟ ସଚିବ ଆର. ରଘୁ ପ୍ରସାଦ ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ ଶର୍ମା, ବିଭାଗୀୟ ସଚିବ ସୌରଭ ଗର୍ଗ, ଜଳସମ୍ପଦ ସଚିବ ଅନୁ ଗର୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri