ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବର ପ୍ରଥମ ଦିବସରେ ମୁଖ୍ୟଅତିଥି ଭାବେ ରାଜ୍ୟ ଉଚ୍ଚ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରଛନ୍ତି। ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ସାଂସ୍କୃତିକ ସଭା ଓ ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଭାରତୀୟ ଶାନ୍ତି ମୈତ୍ରୀ ଓ ସହଯୋଗ ସମିତି (ଇସକଫ)ର ଜିଲା ସଭାପତି ହର ପ୍ରସାଦ ରଥ ସଂଯୋଜନା କରିଥିଲେ। ଦିଗପହଣ୍ଡି ବିଧାୟକ ତଥା ମହୋତ୍ସବ କମିଟିର ଅଧ୍ୟକ୍ଷ ଡ. ସିଦ୍ଧାନ୍ତ ମହାପାତ୍ର , ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କୁକୁଡ଼ାଖଣ୍ଡି ବ୍ଲକ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ପାତ୍ରଙ୍କ ସମେତ ଏନଏସି କାଉନସିଲର ବୃନ୍ଦ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ସଭାରେ ସତନ୍ତ୍ର ଅତିଥି ଭାବେ ଯୋଗଦେଇଥିବା ପ୍ରହଲ୍ଲାଦ ରାଜା ନାଟକ ଗୁରୁ ତଥା ନିକଟରେ ରାଷ୍ଟ୍ରପତିଙ୍କ ଠାରୁ ପଦ୍ମଶ୍ରୀ ଉପାଧି ପାଇଥିବା ପଦ୍ମଶ୍ରୀ ସିମାଞ୍ଚଳ ପାତ୍ରଙ୍କୁ ମହୋତ୍ସବ କମିଟି ପକ୍ଷରୁ ସମ୍ମାନିତ କରିବା ସହ ଦିଗପହଣ୍ଡି ବିଧାୟକ ତାଙ୍କ ପାଦ ପ୍ରକ୍ଷାଳନ ପୂର୍ବକ ଗୁରୁପୂଜନ କରିଥିଲେ। ଲୋକକଳାର ପ୍ରଚାର ପ୍ରସାର ସହ ଖେମୁଣ୍ଡି ମାଟିର ଐତିହ୍ୟକୁ ସ୍ବତନ୍ତ୍ର ପରିଚୟ ପ୍ରଦାନ ନିମନ୍ତେ ଏହି ମହୋତ୍ସବ ଆୟୋଜନ କରାଯାଇଛି ବୋଲି ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ଦିଗପହଣ୍ଡି ବିଧାୟକ ସଭାରେ କହିଥିଲେ। ସଭାରେ ମୁଖ୍ୟଅତିଥି ରାଜ୍ୟ ସଂସ୍କୃତି ମନ୍ତ୍ରୀ ତାଙ୍କ ଉଦ୍‌ବୋଧନରେ ଖେମୁଣ୍ଡି ଲୋକ ମହୋତ୍ସବ ସମଗ୍ର ରାଜ୍ୟ ପାଇଁ ଉଦାହରଣ ସୃଷ୍ଟି କରିଛି। ଗଞ୍ଜାମ ଜିଲାରେ ୪ ଶହରୁ ଅଧିକା ଶ୍ରୀ ଜଗନ୍ନାଥ ମନ୍ଦିର ରହିଛି। ତତ୍କାଳୀନ ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡି ଶ୍ରୀ ଜଗନ୍ନାଥଙ୍କ ସଂସ୍କୃତିର ଆଦି ଭୂମି ଥିଲା ବୋଲି ସେ କହିଥିଲେ। ଦିଗପହଣ୍ଡିରେ ସନ୍ଥ ଅରକ୍ଷିତ ଦାସ,କବିସୂର୍ଯ୍ୟ ବଳଦେବ ରଥ ଭଳି ବହୁ ବିଶିଷ୍ଟ ବ୍ୟକ୍ତି ଜନ୍ମ ଗ୍ରହଣ କରି ଓଡ଼ିଶାର କଳା ସାହିତ୍ୟ ସଂସ୍କୃତିକୁ ରୁଦ୍ଧିମନ୍ତ କରିଥିଲେ। ରାଜ୍ୟ ସରକାର କଳା ଓ ସଂସ୍କୃତି ର ସୁରକ୍ଷା ପାଇଁ ବଦ୍ଧ ପରିକର ବୋଲି କହିଥିଲେ। ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ,ରାଜ୍ୟ ସଂସ୍କୃତି ବିଭାଗର ପ୍ରାକ୍ତନ ଉପନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ,ବିଶିଷ୍ଟ ନାଟ୍ୟକାର ଓ ସଂସ୍କୃତି ଗବେଷକ ମନ୍ମଥ କୁମାର ଶତପଥୀ, ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦ ସଭାପତି ବିଶ୍ୱନାଥ ଚୌଧୁରୀ, କୋଷାଧ୍ୟକ୍ଷ ରଘୁନାଥ ପାଣିଗ୍ରାହୀ, କାର୍ଯ୍ୟକର୍ତ୍ତା ଆଇନଜୀବୀ କୁରେଶୁ ପଣ୍ଡା,ଅଶେଷ ନାଥ ମିଶ୍ର,ହର ପ୍ରସାଦ ରଥ,ରବୀନ୍ଦ୍ର ନାଥ ଡାକୁଆ,ନିରଞ୍ଜନ ରେଡ୍ଡୀ, କାଳୁ ଚରଣ ପାଣିଗ୍ରାହୀ, ପ୍ରଶାନ୍ତ ପୂଜାରୀଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶେଷରେ ମହୋତ୍ସବ କମିଟିର ସମ୍ପାଦକ ଆଲୋକ ବିଷୋୟୀ ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସଭା ପୂର୍ବରୁ ସ୍ଥାନୀୟ ନୂଆ ବସଷ୍ଟାଣ୍ଡଠାରୁ ଲୋକ କଳା ସାଂସ୍କୃତିକ ସଙ୍କୀର୍ତ୍ତନ ଦଳ ପକ୍ଷରୁ ଶୋଭାଯାତ୍ରା ସହର ପରିକ୍ରମା କରି ସଭାସ୍ଥଳରେ ପହଞ୍ଚିଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri