ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧ ଓ ଏମ୍‌ଭି-୫୨ ଗ୍ରାମ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାନୁଯାୟୀ, ଏମ୍‌ଭି-୫୧ରୁ ଏମ୍‌ଭି-୫୨ ଗ୍ରାମକୁ ସଂଯୋଗ କରିବା ପାଇଁ ଆରଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ହୋଇଥିଲା। ତେବେ ଉସକାପାଲି ଗ୍ରାମ ମୁଣ୍ଡର ଶେଷଭାଗରେ ଥିବା ୩ ଛକ ନିକଟରେ ରାସ୍ତା ସଂଯୋଗ କରୁଥିବା ପୁରୁଣା କଲଭର୍ଟର ଆବଶ୍ୟକ ମରାମତି କିମ୍ବା ପୁନନିର୍ମାଣ କରାଯାଇ ନ ଥିବାରୁ ଲଗାଣ ବର୍ଷା ଯୋଗୁ କଲଭର୍ଟ ନିକଟରେ ମାଟି ଧସିବା ସହ ରାସ୍ତାର ଏକ ବଡ଼ ଅଂଶ ଭାଙ୍ଗିଯାଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଥିବା ବେଳେ ୨ ଗ୍ରାମର ଲୋକେ ଯାତାୟାତ ପାଇଁ ହଇରାଣ ହେଉଛନ୍ତି।

ବିଶେଷକରି ଜରୁରିକାଳୀନ ସମୟରେ ଲୋକଙ୍କ ଯାତାୟାତକୁ ନେଇ ଚିନ୍ତା ବଢ଼ିଛି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଦୀନବନ୍ଧୁ ସାମନ୍ତଙ୍କୁ ପଚାରିବାରୁ, ପୂର୍ବତନ ଯନ୍ତ୍ରୀ ଲବରାମ ମାଝିଙ୍କ ବଦଳି ହୋଇଥିଲେ ମଧ୍ୟ ତାଙ୍କୁ ଏଯାଏଁ କାଗଜପତ୍ରରେ ଏହି ଅଞ୍ଚଳର ସମ୍ପୂର୍ଣ୍ଣ ଦାୟିତ୍ୱ ହସ୍ତାନ୍ତର ହୋଇ ନ ଥିବା ସେ କହିଛନ୍ତି। ତେବେ ଅଭିଯୋଗ ପାଇବା ପରେ ସେ ଘଟଣାସ୍ଥଳରେ ପହଞ୍ଚି ଭାଙ୍ଗିଥିବା କଲଭର୍ଟର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ କରିବା ସହ ସିମେଣ୍ଟ ହୋମ୍‌ ପାଇପ ଉପରେ ମାଟି ପକାଇ ଅସ୍ଥାୟୀ ଭାବେ ଯାତାୟାତ ସ୍ବାଭାବିକ କରିବାକୁ ପଦକ୍ଷେପ ନେଇଥିବା କହିଛନ୍ତି। ସ୍ଥାୟୀ ସମାଧାନ ପାଇଁ ଭାଙ୍ଗିଥିବା କଲଭର୍ଟର ତୁରନ୍ତ ପୁନର୍ନିର୍ମାଣ କରି ଦୁଇ ଗ୍ରାମର ଯୋଗାଯୋଗ ସ୍ବାଭାବିକ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri