କପ୍‌-୨୮ରେ ବେଦାନ୍ତ ଆଲୁମିନିୟମ ସାମିଲ

ଭୁବନେଶ୍ୱର,୧୨।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ଜାତିସଂଘ ପକ୍ଷରୁ ଦୁବାଇଠାରେ ଆୟୋଜିତ କପ୍‌-୨୮ରେ ସାମିଲ ହୋଇଛି। ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ ସ୍ଲାଭେନ କହିଛନ୍ତି, ଆମେ ନିର୍ଗମନକୁ ହ୍ରାସ କରିବା ପାଇଁ ପ୍ରୟାସ କରୁଛୁ।୨୦୫୦ସୁଦ୍ଧା ନେଟ୍‌ ଜିରୋ ହାସଲ କରିବାକୁ ଲକ୍ଷ୍ୟ ରଖିଛୁ। ଏପରିକି ଆମେ ଅତ୍ୟାଧୁନିକ କାର୍ବନ ସିକ୍ୟୁଷ୍ଟ୍ରେଶନ ପ୍ରଯୁକ୍ତି, ନବକରଣଯୋଗ୍ୟ ସାମଗ୍ରୀର ବ୍ୟବହାର କରିଆସୁଛୁ। ସେହିଭଳି ସ୍ଥାୟୀ ଭବିଷ୍ୟତ ପାଇଁ ପଥ ପରିଷ୍କାର କରିବା ଆମର ଲକ୍ଷ୍ୟ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ କମ୍ପାନୀ ଏକ ସ୍ଥାୟୀ ଭବିଷ୍ୟତ ସୁନିଶ୍ଚିତ କରିବା ଲାଗି ଉତ୍ତରଦାୟୀ ରହିଥିବାବେଳେ ଉପତ୍ାଦିତ ଉଚ୍ଚମାନର ଆଲୁମିନିୟମ ପ୍ରସ୍ତୁତି କରିବାକୁ ମଧ୍ୟ ପ୍ରତିଶ୍ରୁତିବଦ୍ଧ ରହିଛି ବୋଲି କପ୍‌-୨୮ରେ ଅଂଶଗ୍ରହଣ କରି ଜନ ସ୍ଲାଭେନ ସ୍ଥାୟୀ ପ୍ରୟୋଗ ଉପରେ ବିଶେଷ ଗୁରୁତ୍ୱ ପ୍ରଦାନ କରିଥିଲେ। ସେହିପରି ଆଲୁମିନିୟମ ଆଜି ବିଶ୍ୱର ଦ୍ୱିତୀୟ ସର୍ବାଧିକ ବ୍ୟବହାର ହେଉଥିବା ଧାତୁ ଓ ଏହାର ବିପୁଳ ଉପତ୍ାଦନ ଗୁରୁତ୍ୱ ରହିଛି। ବିଶେଷକରି ଏରୋସ୍ପେସ୍‌, ପରିବହନ, ନିର୍ମାଣ, ବୈଦ୍ୟୁତିକ ପରି କ୍ଷେତ୍ରଗୁଡ଼ିକରେ ଏହାର ବହୁଳ ମାତ୍ରାରେ ପ୍ରୟୋଗ ଦୃଷ୍ଟିରୁ ଅକ୍ଷୟ ଶକ୍ତି, ବୈଦ୍ୟୁତିକ ଗତିଶୀଳତା, ହାଇଟେକ ଉପତ୍ାଦନ ଓ ସବୁଜ ଭିତ୍ତିଭୂମିର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri