ଭୁବନେଶ୍ୱର,୧୨।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ଜାତିସଂଘ ପକ୍ଷରୁ ଦୁବାଇଠାରେ ଆୟୋଜିତ କପ୍-୨୮ରେ ସାମିଲ ହୋଇଛି। ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ ସ୍ଲାଭେନ କହିଛନ୍ତି, ଆମେ ନିର୍ଗମନକୁ ହ୍ରାସ କରିବା ପାଇଁ ପ୍ରୟାସ କରୁଛୁ।୨୦୫୦ସୁଦ୍ଧା ନେଟ୍ ଜିରୋ ହାସଲ କରିବାକୁ ଲକ୍ଷ୍ୟ ରଖିଛୁ। ଏପରିକି ଆମେ ଅତ୍ୟାଧୁନିକ କାର୍ବନ ସିକ୍ୟୁଷ୍ଟ୍ରେଶନ ପ୍ରଯୁକ୍ତି, ନବକରଣଯୋଗ୍ୟ ସାମଗ୍ରୀର ବ୍ୟବହାର କରିଆସୁଛୁ। ସେହିଭଳି ସ୍ଥାୟୀ ଭବିଷ୍ୟତ ପାଇଁ ପଥ ପରିଷ୍କାର କରିବା ଆମର ଲକ୍ଷ୍ୟ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ କମ୍ପାନୀ ଏକ ସ୍ଥାୟୀ ଭବିଷ୍ୟତ ସୁନିଶ୍ଚିତ କରିବା ଲାଗି ଉତ୍ତରଦାୟୀ ରହିଥିବାବେଳେ ଉପତ୍ାଦିତ ଉଚ୍ଚମାନର ଆଲୁମିନିୟମ ପ୍ରସ୍ତୁତି କରିବାକୁ ମଧ୍ୟ ପ୍ରତିଶ୍ରୁତିବଦ୍ଧ ରହିଛି ବୋଲି କପ୍-୨୮ରେ ଅଂଶଗ୍ରହଣ କରି ଜନ ସ୍ଲାଭେନ ସ୍ଥାୟୀ ପ୍ରୟୋଗ ଉପରେ ବିଶେଷ ଗୁରୁତ୍ୱ ପ୍ରଦାନ କରିଥିଲେ। ସେହିପରି ଆଲୁମିନିୟମ ଆଜି ବିଶ୍ୱର ଦ୍ୱିତୀୟ ସର୍ବାଧିକ ବ୍ୟବହାର ହେଉଥିବା ଧାତୁ ଓ ଏହାର ବିପୁଳ ଉପତ୍ାଦନ ଗୁରୁତ୍ୱ ରହିଛି। ବିଶେଷକରି ଏରୋସ୍ପେସ୍, ପରିବହନ, ନିର୍ମାଣ, ବୈଦ୍ୟୁତିକ ପରି କ୍ଷେତ୍ରଗୁଡ଼ିକରେ ଏହାର ବହୁଳ ମାତ୍ରାରେ ପ୍ରୟୋଗ ଦୃଷ୍ଟିରୁ ଅକ୍ଷୟ ଶକ୍ତି, ବୈଦ୍ୟୁତିକ ଗତିଶୀଳତା, ହାଇଟେକ ଉପତ୍ାଦନ ଓ ସବୁଜ ଭିତ୍ତିଭୂମିର ଆବଶ୍ୟକତା ରହିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

