ଆରୋଗ୍ୟ ହାର ସକ୍ରିୟ ମାମଲାର ୩.୫ ଗୁଣ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪,୬୭,୭୫୮ କରୋନା ରୋଗୀ ସୁସ୍ଥ ହେଲେଣି। ଏହା ସକ୍ରିୟ ମାମଲାର ୩.୫ ଗୁଣ। ଦେଶରେ ଆରୋଗ୍ୟ ହାର ୭୬ ପ୍ରତିଶତରୁ ଅଧିକ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସକ୍ରିୟ ମାମଲା ୨୧.୮୭ ପ୍ରତିଶତକୁ ହ୍ରାସ ପାଇଛି। ୨୪ ଘଣ୍ଟା ମଧ୍ୟରେ ୬୩,୧୭୩ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସକ୍ରିୟ ମାମଲା ୭,୦୭,୨୬୭ ରହିଥିବାବେଳେ ଏହାଠାରୁ ୧୭,୬୦,୪୮୯ ଅଧିକ ଲୋକ ସୁସ୍ଥ ହୋଇଛନ୍ତି।
ଦିନକରେ ୬୭,୧୫୧ ଜଣ କରୋନାରେ ଆକ୍ରାନ୍ତ ହେବା ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨.୩୪ ଲକ୍ଷରେ ପହଞ୍ଚତ୍ଛି। ସେହିପରି ଗୋଟିଏ ଦିନରେ ୧୦୫୯ ଜଣଙ୍କ ମୃତ୍ୟୁ ସହ ମୋଟ ମୃତ୍ୟୁସଂଖ୍ୟା ୫୯,୪୪୯କୁ ବୃଦ୍ଧି ପାଇଛି। ଦେଶରେ ମୋଟ ୩,୭୬,୫୧,୫୧୨ ନମୁନା ପରୀକ୍ଷା କରାଗଲାଣି।

ଭାରତରେ ଅକ୍ସଫୋର୍ଡ ଟିକାର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଆରମ୍ଭ

ଅକ୍ସଫୋର୍ଡ କୋଭିଡ୍‌-୧୯ ଟିକାର ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଭାରତରେ ବୁଧବାର ଆରମ୍ଭ ହୋଇଛି। ଭାରତର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ଏହି ଟିକା ପ୍ରସ୍ତୁତ କରୁଥିଲାବେଳେ ପୁଣେର ଭାରତୀ ବିଦ୍ୟାପୀଠ ମେଡିକାଲ କଲେଜ ଓ ହସ୍ପିଟାଲରେ ଏହାର ପରୀକ୍ଷା ଆରମ୍ଭ ହୋଇଛି। ଦୁଇଜଣ ପୁରୁଷ ସ୍ବେଚ୍ଛାସେବୀଙ୍କୁ ଏହି କୋଭିସିଲ୍ଡ ଟିକା ଦିଆଯାଇଛି। ଟିକା ଦେବା ପୂର୍ବରୁ ଡାକ୍ତରମାନେ ସେମାନଙ୍କ ତାପମାତ୍ରା, ରକ୍ତଚାପ ଓ ହୃଦ୍‌ସ୍ପନ୍ଦନ ମାପିଥିଲେ। ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ୫ ସ୍ବେଚ୍ଛାସେବୀ ନିଜକୁ ପଞ୍ଜୀକୃତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri