ଆଜିଠାରୁ ରାତି ୯ରୁ କର୍ଫୁ

ଅନୁଗୋଳ ଅଫିସ,୭।୧- ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ୭ ତାରିଖରୁ ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ କର୍ଫୁ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୋଭିଡ୍‌ କଟକଣାକୁ ଅଧିକ କଡ଼ାକଡ଼ି କରିବାକୁ କହିଛନ୍ତି। ତଦନୁଯାୟୀ ଅନୁଗୋଳ ଜିଲାରେ ଏହାକୁ ଲାଗୁ କରାଯିବାକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି। ପୂର୍ବରୁ ଲାଗୁ ହୋଇଥିବା ରାତ୍ରିକାଳୀନ କର୍ଫୁ ରାତି ୧୦ ପରିବର୍ତ୍ତେ ଏଣିକି ୯ଟାରୁ ସକାଳ ୫ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ମଲ୍‌ ଓ ଶପିଂ କମ୍ପ୍ଲେକ୍ସରେ ଭିଡ଼ ହେଲେ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଫୁଡ୍‌ କୋଟ ଓ ଫୁଡ୍‌ ପ୍ଲାଜା କେବଳ ପାର୍ସଲ ନେବା ପାଇଁ ଖୋଲା ରହିବ। ମାର୍କେଟ, ହାଟ, ସିନେମା ହଲ, ସୁଇମିଂ ପୁଲ, ପାର୍କ ଓ ଅଡିଟୋରିଅମରେ ଅଧିକ ଜନ ସମାଗମକୁ ବାରଣ କରାଯାଇଛି। ସାମାଜିକ, ଧାର୍ମିକ ସମାବେଶ ହୋଇପାରିବ ନାହିଁ। ବିବାହ, ବ୍ରତପୋନୟନ କାର୍ଯ୍ୟରେ ୧୦୦ ଲୋକ ଯୋଗଦେଇପାରିବେ ଏବଂ ଏଥିପାଇଁ ଅନୁମତି ଆଣିବାକୁ ପଡ଼ିବ। ବିବାହ ଶୋଭାଯାତ୍ରାରେ ସମୁଦାୟ ୩୦ ଜଣ ଯାଇପାରିବେ। ଅନ୍ତ୍ୟେଷ୍ଟିକ୍ରିୟାରେ ୫୦ ଜଣ ଅଂଶଗ୍ରହଣ କରିପାରିବେ। ସମସ୍ତ ହୋଟେଲ, ରେଷ୍ଟୁରାଣ୍ଟ, ଢାବା, ବାର ଆଦି ୫୦ ପ୍ରତିଶତରେ କୋଭିଡ ନିୟମାବଳୀ ଆଧାରରେ ଚାଲିପାରିବ। ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରାଯିବ। ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ ବୋଲି ନିର୍ଦ୍ଦେଶରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri