ଅନୁଗୋଳ ଅଫିସ,୭।୧- ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ୭ ତାରିଖରୁ ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ କର୍ଫୁ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କୋଭିଡ୍ କଟକଣାକୁ ଅଧିକ କଡ଼ାକଡ଼ି କରିବାକୁ କହିଛନ୍ତି। ତଦନୁଯାୟୀ ଅନୁଗୋଳ ଜିଲାରେ ଏହାକୁ ଲାଗୁ କରାଯିବାକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ପୂର୍ବରୁ ଲାଗୁ ହୋଇଥିବା ରାତ୍ରିକାଳୀନ କର୍ଫୁ ରାତି ୧୦ ପରିବର୍ତ୍ତେ ଏଣିକି ୯ଟାରୁ ସକାଳ ୫ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ମଲ୍ ଓ ଶପିଂ କମ୍ପ୍ଲେକ୍ସରେ ଭିଡ଼ ହେଲେ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଫୁଡ୍ କୋଟ ଓ ଫୁଡ୍ ପ୍ଲାଜା କେବଳ ପାର୍ସଲ ନେବା ପାଇଁ ଖୋଲା ରହିବ। ମାର୍କେଟ, ହାଟ, ସିନେମା ହଲ, ସୁଇମିଂ ପୁଲ, ପାର୍କ ଓ ଅଡିଟୋରିଅମରେ ଅଧିକ ଜନ ସମାଗମକୁ ବାରଣ କରାଯାଇଛି। ସାମାଜିକ, ଧାର୍ମିକ ସମାବେଶ ହୋଇପାରିବ ନାହିଁ। ବିବାହ, ବ୍ରତପୋନୟନ କାର୍ଯ୍ୟରେ ୧୦୦ ଲୋକ ଯୋଗଦେଇପାରିବେ ଏବଂ ଏଥିପାଇଁ ଅନୁମତି ଆଣିବାକୁ ପଡ଼ିବ। ବିବାହ ଶୋଭାଯାତ୍ରାରେ ସମୁଦାୟ ୩୦ ଜଣ ଯାଇପାରିବେ। ଅନ୍ତ୍ୟେଷ୍ଟିକ୍ରିୟାରେ ୫୦ ଜଣ ଅଂଶଗ୍ରହଣ କରିପାରିବେ। ସମସ୍ତ ହୋଟେଲ, ରେଷ୍ଟୁରାଣ୍ଟ, ଢାବା, ବାର ଆଦି ୫୦ ପ୍ରତିଶତରେ କୋଭିଡ ନିୟମାବଳୀ ଆଧାରରେ ଚାଲିପାରିବ। ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରାଯିବ। ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ ବୋଲି ନିର୍ଦ୍ଦେଶରେ କୁହାଯାଇଛି।
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ
ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍ଏଲ୍) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍ଷ୍ଟାଣ୍ଡରୁ…
ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ
ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…
ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ
କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…
ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…
କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…
କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍ ଉପରେ ପଡୁଛି ଘୋର ପ୍ରଭାବ
ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…
ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ
ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…
ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…
ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…
ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା
ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

