Posted inଜାତୀୟ

ସାମ୍ପ୍ରଦାୟିକ ହିଂସା ପରେ ୧୦ଥାନା ଅଞ୍ଚଳରେ କର୍ଫ୍ୟୁ: ଭାଜପା ବିଧାୟକଙ୍କ ଘର ଆଗରେ ଦୁର୍ବୃତ୍ତ ଜାଳିଦେଲେ ବାଇକ୍‌

ଯୋଧପୁର,୩।୫: ଗତ କିଛି ଦିନରୁ ଦେଶରେ ସାମ୍ପ୍ରଦାୟିକ ହିଂସା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜସ୍ଥାନ ମଧ୍ୟ ବାଦ୍‌ ପଡ଼ିନି। ରାଜସ୍ଥାନର ଯୋଧପୁରରେ ସୋମବାର ବିଳମ୍ବିତ ରାତିରେ ପତାକା ଓ ଲାଉଡସ୍ପିକରକୁ ନେଇ ହୋଇଥିବା ବିବାଦ ଥମିବାର ନା ନେଉନି। ମଙ୍ଗଳବାର ସକାଳେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସକାଳେ ନମାଜ ପଢ଼ା ସରିବା ପରେ ଏଠାରେ ହିଂସାକାଣ୍ଡ ଘଟିବା ସହ ପଥରମାଡ଼ ହୋଇଥିଲା। ଏହାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯିବା ସହ ଲୁହ ବୁହା ଗ୍ୟାସ ପ୍ରଯୋଗ କରାଯାଇଥିଲା। ଏହି ହିଂସା ଏତେ ବଢ଼ିଯାଇଥିଲା ଯେ, ଏହା ସିଧାସଳଖ ଭାଜପା ବିଧାୟକଙ୍କ ଘରେ ପହଞ୍ଚିଥିଲା। ଭାଜପା ବିଧାୟକ ସୂର୍ଯ୍ୟକାନ୍ତ ବ୍ୟାସଙ୍କ ଘର ବାହାରେ ଦୁର୍ବୃତ୍ତମାନେ ବାଇକ୍‌ରେ ନିଆଁ ଲଗାଇଦେଇଥିବା ଜଣାପଡ଼ିଛି। ଏହି ସବୁ ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ୩ଜଣଙ୍କୁ ଗିରଫ କରିଛି। ଏତଦ୍‌ ବ୍ୟତୀତ ସହରରେ ଶାନ୍ତି ରକ୍ଷା କରିବା ଲାଗି ଯୋଧପୁରର ୧୦ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲଗାଯାଇଛି। ଏହି କର୍ଫ୍ୟୁ ମେ’୪ ପର୍ଯ୍ୟନ୍ତ ଜାରି ରହିବ। ଏହି ହିଂସା ଘଟଣା ପରେ ରାଜସ୍ଥାନ ସରକାର ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଛନ୍ତି। ଏଥିରେ ଡିଜିପି ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି। ଅନ୍ୟପଟେ ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ନିଜ ଜନ୍ମିଦିନ ଅବସରରେ ଆୟୋଜିତ ହୋଇଥିବା ସମସ୍ତ କାର୍ଯ୍ୟକ୍ରମକୁ ସେ ସ୍ଥଗିତ ରଖିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?