ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାରଠାରୁ ଏହି କଟକଣାରେ ସାମାନ୍ୟ କୋହଳ କରାଯିବ। ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ। ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। କେବଳ ଲିଜ୍‌ ଲାଇନରେ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯିବ। ବ୍ୟାଙ୍କ ସମେତ ବ୍ୟବସାୟିକ ପ୍ରତିଷ୍ଠାନକୁ ପ୍ରଥମ ପର୍ଯ୍ୟାୟରେ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯିବ। ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ୍‌ ସେବା ବିଷୟରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ। ଆସନ୍ତା ୨ଦିନ ପର୍ଯ୍ୟନ୍ତ ସ୍କୁଲ, କଲେଜ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ବାଲେଶ୍ୱରରେ ୧ କମ୍ପାନୀ ବିଏସ୍‌ଏଫ୍‌ ଫୋର୍ସ ପହଞ୍ଚିଛନ୍ତି। ରାତି ସୁଦ୍ଧା ଅଧିକ ୫ କମ୍ପାନୀ ବିଏସ୍‌ଏଫ୍‌ ଯବାନ ପହଞ୍ଚିବେ ବୋଲି ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି।
କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳକୁ ଛାଡ଼ିଦେଲେ ସହରରେ ଇଣ୍ଟରନେଟ ସେବା ଗୁରୁବାରଠାରୁ ମିଳିବ। ଆବଶ୍ୟକ ଜିନିଷପତ୍ର ପାଇଁ ସହରର କେତେକାଞ୍ଚଳରେ ଦୋକାନ ବଜାର ଖୋଲା କରାଯିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ବୈଠକ ଦୀର୍ଘ ୪ଘଣ୍ଟା ଧରି ଅନୁଷ୍ଠିତ ହୋଇଥିଲା। ବୈଠକରେ ଏଡିଜି(ଲ ଆଣ୍ଡ ଅର୍ଡର) ସଞ୍ଜୟ କୁମାର, ରାଜ୍ୟ ପୋଲିସ ମୁଖ୍ୟାଳୟ ଏସ୍‌ପି ବାଟୁଲା ଗଙ୍ଗାଧର, ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି ସାଗରିକା ନାଥ ଓ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ଉତ୍ତେଜନା ସୃଷ୍ଟିକାରୀଙ୍କ ଉପରେ ନଜର ରଖିବା ଓ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଯେଭଳି ସୃଷ୍ଟି ନ ହୁଏ, ସେଥିପାଇଁ ଆସନ୍ତା ୨୦ତାରିଖ ପୂର୍ବାହ୍ନ ୧୦ଟା ଯାଏ ମୋବାଇଲ ଓ ସମସ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମାଇକ୍‌ ଯୋଗେ ବାଲେଶ୍ବର ସହରର ପ୍ରତିଟି ଅଞ୍ଚଳରେ ଏହି କର୍ଫ୍ୟୁ ସମ୍ପର୍କରେ ପ୍ରଚାର କରାଯାଇଛି। ସହରର ଉତ୍ତେଜନାପ୍ରବଣ ଅଞ୍ଚଳରେ ୪୦ ପ୍ଲାଟୁନରୁ ଅଧିକ ପୋଲିସ ଓ ୬ ପ୍ଲାଟୁନ ସୁରକ୍ଷାବଳ ମୁତୟନ ହୋଇଛନ୍ତି। ଅପରାହ୍ନରେ ସହରର ବିଭିନ୍ନ ସ୍ଥାନରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆଇଜି ଦୀପକ କୁମାର ଓ ବାଲେଶ୍ବର ଏସ୍‌ପି ସାଗରିକା ନାଥଙ୍କ ସମେତ ଜିଲାସ୍ତରୀୟ ପୋଲିସ ଅଧିକାରୀମାନେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏକାଧିକ ପାଟ୍ରୋଲିଂ ଗାଡ଼ି ସହରରେ ପଇଁତରା ମାରୁଛି। ବିବାଦର ସମାଧାନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। ଗୋଷ୍ଠୀ ବିବାଦଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ ମାମଲାରେ ମୋଟ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ପୋଲିସ ଗିରଫ କରିଛି। ଗିରଫଦାରିଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?