ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍

ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଥିବା ଉପରେ ଜିଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି। ଶନିବାର ସନ୍ଧ୍ୟାରେ ଜିଲାପାଳ ଠାକରେଙ୍କ ପକ୍ଷରୁ ଡକାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ସହଦେବ ଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଗଲା ବୋଲି କହିଛନ୍ତି।

ଏଥିସହ ଟାଉନ ଥାନା ଅଞ୍ଚଳରେ ପୂର୍ବ ପରି କର୍ଫ୍ୟୁ କୋହଳ ସମୟ ସକାଳ ୫ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବା ଉପରେ ସୂଚନା ଦେଇଛନ୍ତି। ସହରରେ ପରିସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ନଜର ରଖାଯିବା ସହ ଜନସାଧାରଣ ଙ୍କ ସହଯୋଗ କାମନା କରିଛନ୍ତି। ଦ୍ବିତୀୟତଃ ଲ୍ୟାଣ୍ଡଲାଇନ ଜରିଆରେ ବ୍ରଡ୍ ବ୍ୟାଣ୍ଡ ଓ ୱାଇଫାଇ ଇଣ୍ଟରନେଟ ସେବା ଆରମ୍ଭ କରାଯାଇଛି। ତେବେ ପରିସ୍ଥିତିକୁ ଓ ଗୁଜବକୁ ଲକ୍ଷ କରି ମୋବାଇଲ ଇଣ୍ଟରନେଟ ସେବା ଉପରେ ଅଙ୍କୁଶ ଜାରି ରହିଛି। ସାମ୍ବାଦିକ ସମ୍ମିଳନୀରେ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥ ଗୋଷ୍ଠୀ ସଂଘର୍ଷ ମାମଲାରେ ସମୁଦାୟ ୧୯ଟି ମାମଲା ରୁଜୁ କରାଯାଇ ୭୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ପୋଲିସ ପକ୍ଷରୁ ସମ୍ବେଦନଶୀଳ ଅଞ୍ଚଳରେ ଡ୍ରନ ସର୍ଭେ ଜରିଆରେ ଲୋକଙ୍କ ଗତିବିଧି ଉପରେ ନଜର ରଖାଯାଉଛି। ସାମାଜିକ ଗଣମାଧ୍ୟମରେ ଆସୁଥିବା ଗୁଜବ ଉପରେ ନଜର ରଖାଯାଇ ସାଇବର ପାଟ୍ରୋଲିଂ ଆରମ୍ଭ ହୋଇଛି। ରାଜ୍ୟର ଅଭିଜ୍ଞ ଅଧିକାରୀ ଓ ଜିଲ୍ଲା ସାଇବର ସେଲର ଅଧିକାରୀଙ୍କୁ ଏହି ପାଟ୍ରୋଲିଂରେ ସାମିଲ କରାଯାଇଛି। କୌଣସି ପ୍ରକାର ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ଏସପି ନାଥ କହିଛନ୍ତି। ଗୁଜବ ସୃଷ୍ଟି କରୁଥିବା ଜଣେ ବ୍ୟକ୍ତିବିଶେଷଙ୍କୁ ଠାବ କରାଯାଇଛି। ଖୁବଶୀଘ୍ର ତାଙ୍କ ବିରୋଧରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସପି କହିଛନ୍ତି।

ଗୋଷ୍ଠୀ ସଂଘର୍ଷରେ ଅଧିକାଂଶ ନାବାଳକ ଥିବାରୁ ଏସପି ଉଦବେଗ ପ୍ରକାଶ କରିଛନ୍ତି। ତତସହିତ ସାମାଜିକ ଗଣମାଧ୍ୟମରେ ସେମାନଙ୍କ ଗତିବିଧି ଓ ମିଶୁଥିବା ସାଙ୍ଗମାନଙ୍କ ଉପରେ ସେମାନଙ୍କର ଅଭିଭାବକ ତୀକ୍ଷଣ ନଜର ରଖିବାକୁ ଏସପି ପରାମର୍ଶ ଦେଇଛନ୍ତି। ଅଭିଭାବକମାନେ ସେମାନଙ୍କର ନାବାଳକଙ୍କ କାର୍ଯ୍ୟକଳାପ ଓ ଚାଲିଚଳନ ଉପରେ ସ୍ଵତନ୍ତ୍ର ଗୁରୁତ୍ୱ ଦେଲେ ସେମାନଙ୍କର ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ ବୋଲି ଏସପି ଆଶା ପ୍ରକଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri