କଟକରୁ ହଟିଲା କର୍ଫ୍ୟୁ: ଇଣ୍ଟରନେଟ ସେବାକୁ ନେଇ ବଡ଼ ସୂଚନା ଦେଲେ ପୋଲିସ କମିଶନର

କଟକ,୭।୧୦: ଶେଷରେ କଟକରୁ କର୍ଫ୍ୟୁ କଟକଣା ପ୍ରତ୍ୟାହାର କରାଯାଇଛି। ଏନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ପରିସ୍ଥିତି ଉପରେ ନଜର ରଖାଯାଇଛି। ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ପୋଲିସ ମୁତୟନ କରାଯାଇଛି। କର୍ଫ୍ୟୁ ସମୟରେ କୌଣସି ବିଶୃଙ୍ଖଳା ଘଟିନାହିଁ। ପରିସ୍ଥିତି ଦେଖି ଇଣ୍ଟରନେଟ ସେବା ଯୋଗାଇ ଦିଆଯିବ ବୋଲି ପୋଲିସ କମିଶନର କହିଛନ୍ତି।
କଟକ ଦୁର୍ଗା ପୂଜା ଭସାଣି ସମୟରେ ସୃଷ୍ଟ ବିବାଦ ରବିବାର ଉଗ୍ରରୂପ ଧାରଣ କରିବା ପରେ ସହରର ୧୩ଟି ଥାନା ଅଞ୍ଚଳରେ ୩୬ଘଣ୍ଟିଆ କର୍ଫ୍ୟୁ ଲାଗୁ କରାଯାଇଛଥିଲା।ସୋମବାର ସମ୍ପୂର୍ଣ୍ଣ ସହର ପୋଲିସ ଛାଉଣି ଭିତରେ ରହିଥିଲା। କର୍ଫ୍ୟୁ ଲାଗୁ ଫଳରେ କେବଳ ଜରୁରୀ ସେବା ବ୍ୟତୀତ ଦୋକାନବଜାର, ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଥିଲା। ରାସ୍ତାଘାଟ ଶୂନଶାନ ହୋଇଯାଇଥିଲା। ୧୦୦ ପ୍ଲାଟୁନ୍‌ ଫୋର୍ସ ସହରର ବିଭିନ୍ନ ସ୍ଥାନରେ ପଇଁତରା ମାରିବା ସହ ଲୋକମାନଙ୍କୁ ଘର ଭିତରେ ସୁରକ୍ଷିତଭାବେ ରହିବାକୁ ପରାମର୍ଶ ଦେଇଥିଲେ। ସହରରେ ଉତ୍ତେଜନା ଏବଂ ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗରେ ୮ଜଣଙ୍କୁ ଗିରଫ କରାଯାଇଛି। ସେପଟେ ସ୍ଥିତିକୁ ଦେଖି ରବିବାର ରାତିରୁ ୨୪ ଘଣ୍ଟା ପାଇଁ ଲାଗିଥିବା ଇଣ୍ଟରନେଟ ଏବଂ ସୋସିଆଲ୍‌ ମିଡିଆ କଟକଣାକୁ ଆଉ ୨୪ ଘଣ୍ଟା ଅର୍ଥାତ ମଙ୍ଗଳବାର ରାତି ୭ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସିଏମ୍‌ସି, ସିଡିଏ, ବୟାଳିଶ ମୌଜାରେ ହ୍ବାଟ୍ସ ଆପ୍‌, ଫେସବୁକ୍‌,
ଏକ୍ସ, ସ୍ନାପ୍‌ଚାଟ୍‌, ଇନ୍‌ଷ୍ଟାଗ୍ରାମ୍‌ ସେବା ବନ୍ଦ ରହିବ। ଦରଘାବଜାରଠାରେ ରବିବାର ଘଟିଥିବା ଗଣ୍ଡଗୋଳ ଘଟଣାରେ ପୋଲିସ ୩ଟି ମାମଲା ରୁଜୁ କରିଛି। ଏଥିସହ ସିସିଟିଭି ଫୁଟେଜ ଯାଞ୍ଚ କରି ଗଣ୍ଡଗୋଳରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ପୋଲିସ ନେଇଛି। ଅଦ୍ୟାବଧି ୮ ଜଣଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।

 

Dharitri is Odisha’s No.1 most trusted Odia daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri