ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ ନିଷ୍ପତ୍ତି

ବାଲେଶ୍ୱର,୨୦।୬: ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ କରାଯିବ। ଏହି ସମୟରେ ଲୋକେ ଆବଶ୍ୟକ ଜିନିଷପତ୍ର କିଣାକିଣି ପାଇଁ କର୍ଫ୍ୟୁ କୋହଳ ହେବ। ଏନେଇ ସାମାଜିକ ଗଣମାଧ୍ୟମରେ ଜିଲାପାଳ ସୂଚନା ଦେଇଛନ୍ତି।

ତେବେ କଟକଣା ଲାଗିଥିବା ସମୟରେ କୌଣସି ବ୍ୟକ୍ତି ନିଜ ଘର ଛାଡି ପାରିବେ ନାହିଁ କିମ୍ବା ପାଦରେ କିମ୍ବା ଯାନବାହାନରେ ଯାତ୍ରା କରିବେ ନାହିଁ କିମ୍ବା ଉପରୋକ୍ତ ସମୟ ସ୍ଲଟ୍ ବ୍ୟତୀତ କୌଣସି ରାସ୍ତାରେ କିମ୍ବା ସର୍ବସାଧାରଣ ସ୍ଥାନରେ (ଜରୁରୀକାଳୀନ ଚିକିତ୍ସା ସହାୟତା ବ୍ୟତୀତ) ଛିଡା ହୋଇ ବୁଲିବେ ନାହିଁ।

ଏହି ସମୟରେ ସତର୍କତାମୂଳକ କାର୍ଯ୍ୟର ଏକ ଅଂଶ ଭାବରେ, ଏହି ଅଞ୍ଚଳଗୁଡିକ ମଧ୍ୟରେ ଥିବା ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର ଏବଂ କଲେଜଗୁଡିକ ୨୧ ଜୁନ୍ ୨୦୨୪ ପର୍ଯ୍ୟନ୍ତ ବନ୍ଦ ରହିବ।

ଏହାପୂର୍ବରୁ ସହରରେ ଗୁରୁବାର ଇଣ୍ଟରନେଟ୍‌ ସେବା ବନ୍ଦକୁ ଜୁନ୍‌ ୨୨ ସକାଳ ୧୦ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ ସାମାନ୍ୟ କୋହଳ ଥିଲା। ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ସ୍କୁଲ, କଲେଜ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ବାଲେଶ୍ୱରରେ ୫ କମ୍ପାନୀ ବିଏସ୍‌ଏଫ୍‌ ଫୋର୍ସ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri