ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍‌ ପାଇଁ ସଂଘର୍ଷ

ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ଦିନ ୨ଟା ପର୍ଯ୍ୟନ୍ତ କର୍ଫୁ କୋହଳ କରାଯାଇଛି। ଯଦିଓ ଲିଜ ଲାଇନ ଓ ବ୍ରଡବ୍ୟାଣ୍ଡ ଦ୍ୱାରା ଗତ ଶନିବାର ସଂନ୍ଧ୍ୟାରୁ ଇଣ୍ଟରନେଟ୍‌ ସେବା ମିଳିଛି, ହେଲେ ମୋବାଇଲରେ ଇଣ୍ଟରନେଟ୍‌ ଉପଲବ୍ଧ ହୋଇନାହିଁ। ଫଳରେ ଛାତ୍ରୀଛାତ୍ର ମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଇଣ୍ଟରନେଟ ପାଇଁ ସଂଘର୍ଷ କରି ଘଣ୍ଟା ଘଣ୍ଟା ସମୟ ସହର ବାହାରେ କଟାଉଛନ୍ତି ।

କର୍ଫ୍ୟୁ ଭିତରେ ଇଣ୍ଟରନେଟ ପାଇଁ ବାଲେଶ୍ୱରରେ ସଂଘର୍ଷ ଦେଖିବାକୁ ମିଳୁଛି । ସହର ଛାଡି ଇଣ୍ଟରନେଟ ଆସୁଥିବା ଅଞ୍ଚଳରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି । ରବିବାର ବାଲେଶ୍ୱରରେ ଦିନ ବେଳା କର୍ଫ୍ୟୁ କୋହଳ କରାଯାଇଛି । ମୋବାଇଲ ବ୍ୟତୀତ ଅନ୍ୟ ସବୁ ଇଣ୍ଟରନେଟ ସେବା ଜାରି ରହିଛି । କିନ୍ତୁ ଅଧିକାଂଶ ଲୋକେ ମୋବାଇଲରେ ଇଣ୍ଟରନେଟ ଚଳାଉଥିବାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ଗଣ୍ଡଗୋଳ ମାମଲାରେ ମୋଟ ୭୫ ଜଣଙ୍କୁ ଗିରଫ କରାଯାଇଥିବାର ପୋଲିସ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri