ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍‌ ପାଇଁ ସଂଘର୍ଷ

ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ଦିନ ୨ଟା ପର୍ଯ୍ୟନ୍ତ କର୍ଫୁ କୋହଳ କରାଯାଇଛି। ଯଦିଓ ଲିଜ ଲାଇନ ଓ ବ୍ରଡବ୍ୟାଣ୍ଡ ଦ୍ୱାରା ଗତ ଶନିବାର ସଂନ୍ଧ୍ୟାରୁ ଇଣ୍ଟରନେଟ୍‌ ସେବା ମିଳିଛି, ହେଲେ ମୋବାଇଲରେ ଇଣ୍ଟରନେଟ୍‌ ଉପଲବ୍ଧ ହୋଇନାହିଁ। ଫଳରେ ଛାତ୍ରୀଛାତ୍ର ମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଇଣ୍ଟରନେଟ ପାଇଁ ସଂଘର୍ଷ କରି ଘଣ୍ଟା ଘଣ୍ଟା ସମୟ ସହର ବାହାରେ କଟାଉଛନ୍ତି ।

କର୍ଫ୍ୟୁ ଭିତରେ ଇଣ୍ଟରନେଟ ପାଇଁ ବାଲେଶ୍ୱରରେ ସଂଘର୍ଷ ଦେଖିବାକୁ ମିଳୁଛି । ସହର ଛାଡି ଇଣ୍ଟରନେଟ ଆସୁଥିବା ଅଞ୍ଚଳରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି । ରବିବାର ବାଲେଶ୍ୱରରେ ଦିନ ବେଳା କର୍ଫ୍ୟୁ କୋହଳ କରାଯାଇଛି । ମୋବାଇଲ ବ୍ୟତୀତ ଅନ୍ୟ ସବୁ ଇଣ୍ଟରନେଟ ସେବା ଜାରି ରହିଛି । କିନ୍ତୁ ଅଧିକାଂଶ ଲୋକେ ମୋବାଇଲରେ ଇଣ୍ଟରନେଟ ଚଳାଉଥିବାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ଗଣ୍ଡଗୋଳ ମାମଲାରେ ମୋଟ ୭୫ ଜଣଙ୍କୁ ଗିରଫ କରାଯାଇଥିବାର ପୋଲିସ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?