କାନାରା ବ୍ୟାଙ୍କ ପକ୍ଷରୁ ମୁଦ୍ରା ବିନିମୟ ମେଳା

ଭୁବନେଶ୍ୱର,୨୦।୧୦:କାନାରା ବ୍ୟାଙ୍କର କଟକ ଅଞ୍ଚଳ ପକ୍ଷରୁ ନିକଟରେ ଏକ ମୁଦ୍ରା ବିନିମୟ ମେଳାର ଆୟୋଜନ କରାଯାଇଥିଲା। ଉକ୍ତ ମେଳା ଜରିଆରେ କଟକବାସୀ ଓ ଅନ୍ୟମାନେ ସେମାନଙ୍କର ବିଭିନ୍ନ ପ୍ରକାର ନୋଟ୍‌କୁ ବଦଳାଇ ନୂଆ ନୋଟ ସଂଗ୍ରହ କରିଥିଲେ। ବିଶେଷକରି ସାଧାରଣ ଜନତାଙ୍କ ହିତକୁ ଦୃଷ୍ଟିରେ ରଖି ପୁରୁଣା, ମଇଳା ଏବଂ ଚିରାଫଟା ନୋଟ୍‌କୁ ବ୍ୟାଙ୍କ ବଦଳାଇ ନୂଆ ନୋଟ୍‌ ଏବଂ କଏନ୍‌ ଦେବାର ବ୍ୟବସ୍ଥା ଚୌଧୁରୀ ବଜାରସ୍ଥିତ କାନାରା ବ୍ୟାଙ୍କ ଶାଖା ପରିସରର କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭାରତୀୟ ରିଜର୍ଭ ବ୍ୟାଙ୍କର ମହାପ୍ରବନ୍ଧକ ଦେବୀପ୍ରସାଦ ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର
ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦର ଏବଂ କ୍ଷେତ୍ରୀୟ ମୁଖ୍ୟ ନୀରଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ବ୍ୟାଙ୍କର କରେନ୍ସି ଚେଷ୍ଟର ଅଧିକାରୀ ଏବଂ କଟକ ଚୌଧୁରୀ ବଜାର ଶାଖାର ଅଧିକାରୀ ଓ କର୍ମଚାରୀମାନେ ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri