ସିବିଆଇ ପକ୍ଷରୁ ମୁଦ୍ରା ମେଳା

ଭୁବନେଶ୍ୱର,୨୨ ।୩ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଆଇ)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସୋମବାର ଏକ ମୁଦ୍ରା ମେଳାର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଓଡ଼ିଶା ଶାଖା ମହାପ୍ରବନ୍ଧକ କେଶବ କୋରକୋରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିବିଆଇର ବରିଷ୍ଠ କ୍ଷେତ୍ରୀୟ ପ୍ରବନ୍ଧକ ପ୍ରଦୀପ କୁମାର ସାମନ୍ତରାୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ବ୍ୟାଙ୍କ ଗ୍ରାହକମାନଙ୍କ ମଧ୍ୟରେ ମୁଦ୍ରା ବାଣ୍ଟିବା ସହ ମୁଦ୍ରା ବ୍ୟବହାରର ସୁବିଧା ଉପରେ କୋରକୋରା ଗୁରୁତ୍ୱାରୋପ କରିଥିଲେ। ସେହିଭଳି ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ପ୍ରବନ୍ଧକ ମିହିର ତ୍ରିପାଠୀ ଉକ୍ତ ମେଳାର ପରିଚାଳନା ଭାର ଗ୍ରହଣ କରିଥିଲେ। ସେହିପରି ଜଟଣୀ କରେନ୍ସି ଚେଷ୍ଟର ବରିଷ୍ଠ ପ୍ରବନ୍ଧକ ପି.କେ ସାହୁ ଉପସ୍ଥିତ ଅତିଥି ଓ ଗ୍ରାହକଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଅପରପକ୍ଷେ ମୋଟ ୧୧ଲକ୍ଷ ଟଙ୍କାର ମୁଦ୍ରା ଜଟଣୀ ଏବଂ ମହତାବ ରୋଡ୍‌ର କରେନ୍ସି ଚେଷ୍ଟର ସକ୍ରିୟ ତତ୍ତ୍ବାବଧାନରେ ବିଭିନ୍ନ ଶାଖାଗୁଡିକ ଦ୍ୱାରା ଗ୍ରାହକମାନଙ୍କୁ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri