ସିବିଆଇ ପକ୍ଷରୁ ମୁଦ୍ରା ମେଳା

ଭୁବନେଶ୍ୱର,୨୨ ।୩ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଆଇ)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସୋମବାର ଏକ ମୁଦ୍ରା ମେଳାର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଓଡ଼ିଶା ଶାଖା ମହାପ୍ରବନ୍ଧକ କେଶବ କୋରକୋରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିବିଆଇର ବରିଷ୍ଠ କ୍ଷେତ୍ରୀୟ ପ୍ରବନ୍ଧକ ପ୍ରଦୀପ କୁମାର ସାମନ୍ତରାୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ବ୍ୟାଙ୍କ ଗ୍ରାହକମାନଙ୍କ ମଧ୍ୟରେ ମୁଦ୍ରା ବାଣ୍ଟିବା ସହ ମୁଦ୍ରା ବ୍ୟବହାରର ସୁବିଧା ଉପରେ କୋରକୋରା ଗୁରୁତ୍ୱାରୋପ କରିଥିଲେ। ସେହିଭଳି ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ପ୍ରବନ୍ଧକ ମିହିର ତ୍ରିପାଠୀ ଉକ୍ତ ମେଳାର ପରିଚାଳନା ଭାର ଗ୍ରହଣ କରିଥିଲେ। ସେହିପରି ଜଟଣୀ କରେନ୍ସି ଚେଷ୍ଟର ବରିଷ୍ଠ ପ୍ରବନ୍ଧକ ପି.କେ ସାହୁ ଉପସ୍ଥିତ ଅତିଥି ଓ ଗ୍ରାହକଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଅପରପକ୍ଷେ ମୋଟ ୧୧ଲକ୍ଷ ଟଙ୍କାର ମୁଦ୍ରା ଜଟଣୀ ଏବଂ ମହତାବ ରୋଡ୍‌ର କରେନ୍ସି ଚେଷ୍ଟର ସକ୍ରିୟ ତତ୍ତ୍ବାବଧାନରେ ବିଭିନ୍ନ ଶାଖାଗୁଡିକ ଦ୍ୱାରା ଗ୍ରାହକମାନଙ୍କୁ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri