କରେଣ୍ଟ ଲାଗି ଜଣେ ମୃତ, ଜଣେ ଆହତ

ବଡ଼ବିଲ,୧୩.୦୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚଡି ରୋଡ଼ ବାକଲ ହଟିଂରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ମୃତ ଆଉ ଜଣେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଲାଲ ବିରୁଆ ଓ ଆହତ ଜଣକ ହେଲେ ଲାଲଙ୍କ ପୁଅ କ୍ରିଷ୍ଣା।
ସୂଚନାଯୋଗ୍ୟ, ମଙ୍ଗଳବାର ଅପରାହ୍ନରେ ଲୁଗା ଶୁଖାଇବା ତାରରୁ କପଡା ଆଣିବା ବେଳେ ହଠାତ ସେହି ତାରରେ କରେଣ୍ଟ ଚାର୍ଜ ହୋଇଯାଇଥିଲା। ପୁଅ କ୍ରିଷ୍ଣା କପଡା ଆଣିବାବେଳେ ତାଙ୍କୁ କରେଣ୍ଟ ଲାଗିଲା। ଏହା ଜାଣିପାରି ଲାଲ କ୍ରିଷ୍ଣାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ପୁଅକୁ ବଞ୍ଚାଇଥିବାବେଳେ ନିଜେ କରେଣ୍ଟ ଲାଗି ମୃତ୍ୟୁ ମୁଖରେ ପଡିଥିବା ଜଣାପଡିଛି। ଉଭୟଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବାବେଳେ ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିିଛି। ତେବେ ରିପୋର୍ଟ ଲେଖାହେବା ଯାଏଁ କୌଣସି ମାମଲା ରୁଜୁ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri