ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ ବିଧାୟକ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସେଠୀ, ଡ଼ଃ ରବୀନ୍ଦ୍ର କୁମାର ସେଠୀ ଏବଂ ଏବେକାର ବିଧାୟକ ସମୀର ରଞ୍ଜନ ଦାଶ ରାଜ୍ୟ ସରକାରରେ ମନ୍ତ୍ରୀଭାବେ ନିଯୁକ୍ତି ପାଇଥିଲେ ।   ଗୋବିନ୍ଦ ସେଠୀ ଏବଂ ରବୀନ୍ଦ୍ର କୁମାର ସେଠୀ ମନ୍ତ୍ରୀ ହେବା ପରେ ଆଉ ବିଧାନସଭା ଦେଖି ନ ଥିଲେ।  ସେହିକ୍ରମରେ ଦେଖିଲେ ଏବେକାର ବିଧାୟକ ସମୀରଙ୍କ କ୍ଷେତ୍ରରେ ତାହା ହେବାକୁ ଯାଉଛି। ବିଜେଡି ବୁଧବାର ନିମାପଡ଼ା ପାଇଁ ଦିଲୀପ ନାୟକଙ୍କୁ ପ୍ରାର୍ଥୀ ଘୋଷଣା ପରେ ସମୀରଙ୍କ ଆଶା ମଉଳି ଯାଇଛି।
ସୂଚନାଯୋଗ୍ୟ, ସ୍ବର୍ଗତଃ ଗୋବିନ୍ଦ ସେଠୀ  ୩, ୫ ଏବଂ ୭ମ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।  ଶେଷପାଳିରେ ଉପମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ସ୍ବର୍ଗତଃ ସେଠୀ ।  ସେହିଭଳି ଡ଼ଃ ରବୀନ୍ଦ୍ର କୁମାର ସେଠୀ ୮ମ, ୯ମ ଏବଂ ୧୧ଶ ବିଧାନସଭାକୁ ନିିର୍ବାଚିତ ହୋଇଥିଲେ।  ଶେଷପାଳିରେ ଡ଼ଃ ସେଠୀ ରାଷ୍ଟ୍ରମନ୍ତ୍ରୀ ପଦ ସମ୍ଭାଳି ଥିଲେ।  ଏବେକାର ବିଧାୟକ ସମୀର ରଞ୍ଜନ ଦାଶ ୧୪, ୧୫ ଏବଂ ୧୬ଶ ବିଧାନସଭାରେ ସଦସ୍ୟ ହୋଇ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱରେ ରହିଥିଲେ ।  ବୁଧବାର ବିଜେଡି ଟିକେଟ ଘୋଷଣା ପରେ ବର୍ତମାନ ସମୀର ଦାଶ ସେହି ରାସ୍ତାର ପଥିକ ହେବାକୁ ଯାଉଛନ୍ତି ।  ଖାଲି ସେତିକି ନୁହେଁ, ନିମାପଡ଼ାରେ କେହି ବି ଚତୁର୍ଥଥର ବିଧାୟକ ହୋଇନାହାନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri