ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ପୋଲିସ ଷ୍ଟେସନର ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହି ଉଭୟଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି।...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର...

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ...

ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ର ୧ ଟଙ୍କା, ୯ରେ ଆସିବ ଆଉ…

ଭୁବନେଶ୍ୱର,୭ା୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ  ଆସିଛି। ୯...

ଚକଦର ପ୍ରକଳ୍ପକୁ ନେଇ ତେଜିଲା ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ...

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri