ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ

କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଏବଂ ପ୍ରଭାତ ପ୍ରଧାନ। ମାମଲାରେ ୨ ବୋଲେରୋ ସହ ମାଡ଼ ମାରିବାରେ ବ୍ୟବହୃତ ୪ ଠେଙ୍ଗା ଜବତ କରାଯାଇଥିବା ନେଇ ବୁଧବାର ଆଠଗଡ଼ ଏସ୍‌ଡିପିଓ ବିଜୟ କୁମାର ବିଶି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବଡ଼ମ୍ବା ରେଞ୍ଜ ମାଣିଆବନ୍ଧ ବିଟ ହିନ୍ଦୋଳ ବଡ଼ର ହିପିଣ୍ଡା ସଂରକ୍ଷିତ ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ମିଳିବା ପରେ ଧନେଶ୍ୱରଙ୍କୁ ରବିବାର ବଡ଼ମ୍ବା ରେଞ୍ଜର ବନ କର୍ମଚାରୀମାନେ ତାଙ୍କୁ ଘରୁ ଉଠାଇ ନେଇଥିଲେ। ତାଙ୍କୁ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ହେପାଜତରେ ରଖି ପଚରାଉଚରା କରାଯାଉଥିବା ବେଳେ ସୋମବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗ୍ରାମବାସୀ ୬୫ ନଂ ଜାତୀୟ ରାଜପଥ ବଡ଼ବାରସିଂହ ନିକଟରେ ଅବରୋଧ କରିଥିଲେ। ଏପରିକି ପ୍ରବଳ ମାଡ଼ ମାରିବାରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ବଡ଼ମ୍ବା ଥାନାରେ ଅଭିଯୋଗ ହୋଇଥିଲା। ଘଟଣାରେ ଦୁଇଦିନ ଧରି ପୋଲିସ ୧୪ ବନ ବିଭାଗ ଅଧିକାରୀଙ୍କୁ ଆଠଗଡ଼ ଥାନାରେ ରଖି ପଚରାଉଚରା ଜାରି ରଖିଥିଲା। ଏହି ଘଟଣାରେ ପ୍ରାଥମିକ ପର୍ଯ୍ୟାୟରେ ଉକ୍ତ ୬ଜଣଙ୍କୁ ଗିରଫ କରାଯାଇଥିବା ଆଠଗଡ଼ ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri