ଧରିତ୍ରୀ ପ୍ରଭାବ: ନିଲମ୍ବିତ ହେଲେ୨ଶିକ୍ଷକ

ମୋରଡ଼ା,୩୧।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଗାଁ ପଞ୍ଚାୟତର ଡେଙ୍ଗାଶୋଳ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୨ ଶିକ୍ଷକ ବିନା ଅନୁମତିରେ ଛୁଟିରେ ରହି ବିଦ୍ୟାଳୟକୁ ନ ଆସିବା କାରଣରୁ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଉଭୟଙ୍କୁ ନିଲମ୍ବନ କରିଛନ୍ତି। ଏ ସଂକ୍ରାନ୍ତରେ ଧରିତ୍ରୀରେ ଖବର ପ୍ରକାଶ ପରେ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ସୂଚନା ଅନୁଯାୟୀ, ଶିକ୍ଷୟିତ୍ରୀ କୁଇଲି ସୋରେନ ଓ ଶିକ୍ଷକ ସଞ୍ଜୀବ କୁମାର ମହାନ୍ତ ସୋମବାର ବିଦ୍ୟାଳୟକୁ ଆସି ନ ଥିଲେ। ପିଲାମାନେ ସ୍କୁଲକୁ ଆସି ବସି ବସି ଛୁଟି ସମୟରେ ଘରକୁ ଫେରିଥିଲେ। ଏପରିକି ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନଭୋଜନ ମଧ୍ୟ ଦିଆଯାଇ ନ ଥିଲା। ଘଟଣା ବାବଦରେ ଅବଗତ ହେବା ପରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ମୋରଡା ବିଇଓ ମନମୋହନ ହେମ୍ବ୍ରମଙ୍କୁ ତଦନ୍ତ ଓ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଇଓ ହେମ୍ବ୍ରମ ଏନେଇ ଏବିଇଓ଼ ପାଲୁ ହଁାସଦା ଓ଼ ସିଆରସିସି ହେମନ୍ତ ମହାନ୍ତଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ। ତେବେ ତଦନ୍ତ ରିପୋର୍ଟ ମିଳିବା ପରେ ବିଇଓ ହେମ୍ବ୍ରମ ଚିଠି ସଂଖ୍ୟା ୧୫୬୫ ଏବଂ ୧୫୭୦ରେ କାର୍ଯ୍ୟରତ ଦୁଇ ଶିକ୍ଷକଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବନ ସମୟ ସୀମା ମଧ୍ୟରେ ଦୁଇ ଶିକ୍ଷକଙ୍କୁ ୬ ମାସ ପର୍ଯ୍ୟନ୍ତ ଅଧା ଦରମା ପ୍ରଦାନ କରାଯିବ। ସେହିପରି ଶିକ୍ଷୟିତ୍ରୀ ହେମ୍ବ୍ରମଙ୍କୁ କାକୁଡିହା ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ଶିକ୍ଷକ ମହାନ୍ତଙ୍କୁ ପ୍ରାଥମିକ ବିଦ୍ୟାଳୟରେ ଅବସ୍ଥାନ ପାଇଁ ବିଇଓ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri