ସ୍କୋଡା ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ

ନୂଆଦିଲ୍ଲୀ,୧୪ା୯: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ବା ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ପକ୍ଷରୁ ଗ୍ରାହକ ସମ୍ପର୍କ ଅଭିଯାନ ନାମରେ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅହମ୍ମଦାବାଦ, ବେଙ୍ଗାଲୁରୁ ଏବଂ କୋଲକାତାରେ ଉକ୍ତ କାର୍ଯ୍ୟକ୍ରମର ସଫଳତା ପରେ ନିକଟରେ ଉକ୍ତ କାର୍ଯ୍ୟକ୍ରମ ଭୁବନେଶ୍ୱରର ଉଭୟ ଗ୍ରାହକ ଏବଂ ପ୍ରଶଂସକଙ୍କ ପାଇଁ ଆୟୋଜନ କରାଯାଇଥିଲା। ସେହିଭଳି ପୂର୍ବ ମାସରେ ପ୍ରଶଂସକଙ୍କ କାର୍ଯ୍ୟକଳାପ ପରେ ସେପ୍ଟେମ୍ବର ୧୦ରେ ସ୍କୋଡାର ପରିଚାଳନା ସହ ଜଡିତ ହେବା ଏବଂ କଥାବାର୍ତ୍ତା କରିବା ପାଳି ଭୁବନେଶ୍ୱରର ସ୍କୋଡା ପ୍ରଶଂସକଙ୍କର ଥିଲା। ଏହାର କାରଗୁଡିକ ସାମ୍ପ୍ରତିକ ବ୍ୟବସାୟର କେନ୍ଦ୍ର ହୋଇଥିବା ବେଳେ ବଜାରରେ ପ୍ରଶଂସକ ଏବଂ ଗ୍ରାହକଙ୍କ ଭଲପାଇବା ବ୍ରାଣ୍ଡ୍‌ ପାଇଁ ଅନେକ କିଛି ମହତ ବଜାୟ ରଖିଥାଏ ବୋଲି ସ୍କୋଡା ଅଟୋ ଇଣ୍ଡିଆ ବିଶ୍ୱାସ କରିଥାଏ। ବର୍ତ୍ତମାନ ଭୁବନେଶ୍ୱରରେ ଥିବା ସ୍କୋଡାର ପ୍ରଶଂସକମାନେ ଭାରତର ଅନ୍ୟ ୯ଟି ସହରକୁ ଯିବେ ବୋଲି ଜଣାପଡିଛି। ଅପରପକ୍ଷରେ ଭୁବନେଶ୍ୱର, ହାଇଦ୍ରାବାଦ ଏବଂ ପୁଣେରେ ଅନୁଷ୍ଠିତ ସ୍କୋଡା କାର୍ଯ୍ୟକଳାପର ପ୍ରଶଂସକମାନଙ୍କ ଠାରୁ ଅନେକ କିଛି ଜାଣିବାକୁ ମିଳିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି ପ୍ରାୟ ୧୨୦ ପ୍ରଶଂସକ ଏବଂ ଗ୍ରାହକ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଗ୍ରାହକ ଯୋଡ଼ ଏବଂ ଗ୍ରାହକଙ୍କ ସନ୍ତୁଷ୍ଟି ପାଇଁ ଏହି ଆଡଟ-ଅଫ୍‌-ବକ୍ସ ଆନ୍ଦୋଳନ ସ୍କୋଡା ଅଟୋ ଇଣ୍ଡିଆ ପାଇଁ କିଛି ବୃହତ୍‌ ସଫଳତା ଆଣି ଦେଇଛି। ସେହିପରି କମ୍ପାନୀ ଚଳିତ ବର୍ଷ ଜାନୁୟାରୀରୁ ଅଗଷ୍ଟ ପଯର୍‌ୟନ୍ତ ୩୭,୫୬୮ୟୁନିଟ୍‌ ଗାଡ଼ି ପଞ୍ଜୀକୃତ କରିଛି, ଯାହା ଏହାର ଭାରତ ଯାତ୍ରାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ବିକ୍ରି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?