ଗ୍ରାହକ ସେବାକେନ୍ଦ୍ର ମୁଖ୍ୟ ଜେଲଗଲେ

କୋକସରା,୮।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବଡ଼ପୋଡ଼ାଗୁଡ଼ା ଗ୍ରାମର ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବାକେନ୍ଦ୍ରରୁ ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ହଡପ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବଡ଼ପୋଡ଼ାଗୁଡ଼ା ଗ୍ରାମର ଜଗଦୀଶ ଚନ୍ଦ୍ର ସିଂ (୩୦)। ତାଙ୍କଠାରୁ ନଗଦ ୧ ଲକ୍ଷ ଟଙ୍କା ଓ ଏକ ମୋବାଇଲ ଫୋନ ପୋଲିସ ଜବତ କରିଛି।
କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମର ଜଗଦୀଶ ଚନ୍ଦ୍ର ସିଂ ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବା କେନ୍ଦ୍ର ନିଜ ନାମରେ ଖୋଲିଥିଲେ। ଗ୍ରାହକ ସେବାକେନ୍ଦ୍ରରେ ଆବାସ ଯୋଜନା, କୃଷିଋଣ, ସ୍ବୟଂ ସହାୟକ ଗୋଷ୍ଠୀ ଋଣ ଓ ଫାଇନାନ୍ସ କମ୍ପାନୀରୁ ଋଣ ପାଇଥିବା ହିତାଧିକାରୀ ଓ ଅନ୍ୟ ଜମାକାରୀଙ୍କ ଅଜାଣତରେ ଆଧାର ସଂଯୋଗ ଥିବା ବାୟୋମେଟ୍ରିକ ଟିପ ଚିହ୍ନ ନେଇ ସେମାନଙ୍କ ଆକାଉଣ୍ଟରୁ ଲକ୍ଷ ଲକ୍ଷ ଟଙ୍କା ଉଠାଇଥିଲେ। ଜମାକାରୀମାନେ ଆକାଉଣ୍ଟ ଚେକ କରିବା ବେଳକୁ ସେମାନଙ୍କ ଜମାଖାତାରୁ ଟଙ୍କା ନ ଥିବା ଜାଣିବାକୁ ପାଇଥିଲେ। ଜମାକାରୀମାନେ ଆମପାଣି ଷ୍ଟେଟ ବ୍ୟାଙ୍କ ପରିଚାଳକଙ୍କୁ ଅଭିଯୋଗ କରିବା ପରେ ବ୍ୟାଙ୍କ ପକ୍ଷରୁ ସମସ୍ତ ଅଭିଯୋଗ କାରୀଜମାକାରୀଙ୍କ ଆକାଉଣ୍ଟରୁ ଜଗଦୀଶ ସିଂ ନିଜ ଏକାଉଣ୍ଟକୁ ପର୍ଯ୍ୟାୟ କ୍ରମେ ଟଙ୍କା ଟ୍ରାନ୍ସଫର କରିଥିବା ଜଣାପଡିଥିଲା। ପରେ ବ୍ୟାଙ୍କ ମ୍ୟାନେଜର ବୈଚନ୍ଦ୍ର ବେଶ୍ରା ଗତ ୮।୦୮।୨୩ରେ ଆମପାଣି ଥାନାରେ ଗ୍ରାହକ ସେବାକେନ୍ଦ୍ର ପରିଚାଳକ ଜଗଦୀଶ ଚନ୍ଦ୍ର ସିଂ ନାଁରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଫେରାର ଯୁବକ ତାମିଲନାଡୁର ତ୍ରିପୁରରେ ଥିବା ପ୍ରଥମେ ଟ୍ରାକିଂରେ ଜଣାପଡିଥିଲା। ଏହା ଭିତରେ ଜଗଦୀଶ ଅନ୍ୟ ସିମ କାର୍ଡ ବଦଳାଇ ବଲାଙ୍ଗୀର ଜିଲା ପାଟଣାଗଡ ଶଶୁର ଘରେ ଆତ୍ମଗୋପନ କରିଥିବା ନେଇ ପୋଲିସ ଖବର ପାଇ ଏକ ଟିମ୍‌ ଗଠନ କରି ପାଟଣାଗଡରୁ ଜଗଦୀଶଙ୍କୁ ଗିରଫ କରିଥିଲା। ଥାନାରେ ଅଟକ ରଖି ପଚରାଉଚୁରା କରିବା ପରେ ସମସ୍ତ ତଥ୍ୟ ହସ୍ତଗତ କରିଛି ପୋଲିସ। ମୋଟ ୨୬ଜଣ ଜମାକାରୀଙ୍କ ୮ ଲକ୍ଷ ୧୪ ହଜାର ୫ ଶହ ଟଙ୍କା ହଡପ କରିଥିବା ବର୍ତ୍ତମାନ ଜଣାପଡିଥିବା ବେଳେ ଦୀର୍ଘ ବର୍ଷରୁ ଶହ ଶହ ଜମାକାରୀଙ୍କ ଲକ୍ଷ ଲକ୍ଷ ଟଙ୍କା ଟଙ୍କା ହଡପ କରିଥିବା ଚର୍ଚ୍ଚା ହେଉଛି। ଏ ନେଇ ଥାନାରେ ଏକ ମାମଲା (ନଂ. ୭୧/୨୩) ରୁଜୁ ହୋଇଥିବା ବେଳେ ରବିବାର ଅଭିଯୁକ୍ତ ଜଗଦୀଶ ଚନ୍ଦ୍ର ସିଂଙ୍କୁ କୋର୍ଟ ଚାଲାଣ କରିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଉଲ୍ଲାସ ଚନ୍ଦ୍ର ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri