ଅଭିଯୁକ୍ତଙ୍କୁୁ ଗିରଫ କରିବା ନାଁ ଧରୁନି ପୋଲିସ

ପଟ୍ଟାଙ୍ଗୀ,୧୩।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ପୁକାଲି ସଦର ପଞ୍ଚାୟତରେ ବସବାସ କରୁଥିବା ୧୦ଟି ପରିବାରଙ୍କୁ ଅତର୍କିତ ଆକ୍ରମଣ ଘଟଣାର ଏଯାଏ ପୋଲିସ ତଦନ୍ତ କରୁନାହିଁ। ଏନେଇ ଥାନାରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ଚୁପ୍‌ ହୋଇ ବସିଛି। ଫଳରେ ଏନେଇ ଅଭିଯୋଗକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଖବରରୁ ଜଣାପଡିଛି ଜାନୁୟାରୀ ୧୨ରେ କେତେକ ଯୁବକ ପୁକାଲି ପଞ୍ଚାୟତ ମାଳିଗୁଡା ଗ୍ରାମରେ ହେଉଥିବା ଏକ ବାହାଘର କାର୍ଯ୍ୟରେ ଯୋଗ ଦେଇଥିଲେ । ସେମାନଙ୍କ ମଧ୍ୟରୁ ୨ଜଣ ଯୁବକ ପଞ୍ଚାୟତ ସଦର ମହକୁମାରେ ବସବାସ କରୁଥିବା ଟିପି ସିମାଞ୍ଚଳ ରାଜୁଙ୍କ ଦୋକାନରେ ପହଞ୍ଚତ୍ କିଛି କାରଣ ନ ଥାଇ ଦୋକାନର ଆସବାବପତ୍ର ଫିଙ୍ଗା ଫିଙ୍ଗି ଥିଲେ। ଏହାଦେଖି ଦୋକାନରେ ବସିଥିବା ଯୁବତୀ ସମ୍ପୃକ୍ତ ଦୁଇ ଯୁବକଙ୍କ କାର୍ଯ୍ୟର ପ୍ରତିବାଦ କରି କାହିଁକି ଏପରି କରୁଛ ବୋଲି ପଚାରିଥିଲେ । ଏହି ସମୟରେ ସେମାନଙ୍କ ମଧ୍ୟରୁ ଜଣେ ଯୁବକ ଯୁବତୀଙ୍କ ହାତଧରି ଟଣାଓଟରା କରିଥିବା ବେଳେ ଅନ୍ୟ ଜଣେ ଯୁବତୀଙ୍କୁ ଆଶାଳିନ ବ୍ୟବହାର ପ୍ରଦର୍ଶନ କରିଥିଲେ। ଯୁବତୀଙ୍କ ପାଟି ଶୁଣି ତାଙ୍କ ବଡଭାଇ ଟିପି ରାଜେଶ ପହଞ୍ଚତ୍ ସମ୍ପୃକ୍ତ ୨ଯୁବକଙ୍କ କାର୍ଯ୍ୟର ବିରୋଧ କରିଥିଲେ । ଫଳରେ ଘଟଣାସ୍ଥଳରୁ ଉଭୟେ ଚାଲିଯାଇଥିଲେ। କିଛି ସମୟ ପରେ ୮/୧୦ ଜଣ ଯୁବକ ପୁଣି ଦୋକାନରେ ପହଞ୍ଚତ୍ ଅସଭ୍ୟ ଭାଷାରେ ଗାଳିଗୁଲଜ କରି ସିମାଞ୍ଚଳଙ୍କ ଘର ଭିତରକୁ ପଶି ଠେଙ୍ଗାରେ ତାଙ୍କ ବଡଭାଇ ରାଜେଶଙ୍କୁ ମାଡ଼ ମାରିଥିଲେ। ଏହି ସମୟରେ ଘରର ଯେଉଁମାନେ ପ୍ରତିବାଦ କରିଥିଲେ ସେମାନଙ୍କୁ ମଧ୍ୟ ୨ ଯୁବକ ମାଡ଼ ମାରି ଲହୁଲୁହାଣ କରିଥିଲେ। ଏଥିରେ ୧୦ଜଣ ଆହତ ହୋଇଥିଲେ। ଖବର ପାଇ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚତ୍ ତଦନ୍ତ କରି ସମ୍ପୃକ୍ତ ଯୁବକମାନେ ଦାମନଯୋଡି ଅଞ୍ଚଳର ବୋଲି ଜାଣିବାକୁ ପାଇଥିଲା। ଏନେଇ ୧୩ ତାରିଖରେ ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିମାନେ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏହାକୁ ଭିତ୍ତିକରି ପୋଲିସ ୩/୨୨ରେ ଏକ ମାମଲା ରୁଜୁ କରିଥିଲା। କେବଳ ମାମଲା ରୁଜୁକରି ପୋଲିସ ନିଜ ମୁଣ୍ଡରୁ ଦାୟିତ୍ୱ ଖସାଇ ଦେଇଛି। ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ଆଗ୍ରହ ପ୍ରକାଶ କରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri