କଟାଗଲା ୪୫୦୦୦ ଗଞ୍ଜେଇ ଗଛ

ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ,ପାପରମେଟେଲା ପୋଲିସ ଓ ଅବକାରୀ ବିଭାଗ ମିଳିତ ଆନୁକୂଲ୍ୟରେ ଡିଭିଏଫ୍‌ ସହଯୋଗରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ପଞ୍ଚାୟତ ସାକୃବନ୍ଧା ଏବଂ ପଲଙ୍କରାଇ ଗ୍ରାମ ଅଞ୍ଚଳରେ ମିଳିତ ଭାବରେ ଚଢାଉ କରି ୩୮ ଏକର ଜମିରେ ପ୍ରାୟ ୪୫୦୦୦ ଗଞ୍ଜେଇ ଗଛ କାଟି ନଷ୍ଟ କରିଛନ୍ତି। ଯାହାକି ପୋଲିସ ଦ୍ୱାରା ସ୍ବାଭିମାନ ଅଞ୍ଚଳରେ ପ୍ରଥମ ଥର ପାଇଁ ଗଞ୍ଜେଇ ଗଛ କାଟି ନଷ୍ଟ କରିବା ପ୍ରୟାସ ଆରମ୍ଭ ହୋଇଛି। ଦୀର୍ଘ ଦିନ ଧରି ସ୍ବାଭିମାନ ଅଞ୍ଚଳରୁ ଗଞ୍ଜେଇ ଚାଷ ରୋକିବା ଏକ ଚ୍ୟାଲେଞ୍ଜ ଥିଲା ମାତ୍ର ଆଜି ତାହା ଧିରେ ଧିରେ ସଫଳ ହେବା ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି। ଆଉ କିଛି ଦିନ ଗଲେ ଗଞ୍ଜେଇ ଅମଳ ହେବ। ଏହା ପୂର୍ବରୁ ଏହି ଗଞ୍ଜେଇ ଗଛକୁ ମୂଳପୋଛ କରିବାକୁ ଅଣ୍ଟା ଭିଡ଼ିଲେନି ଜିଲା ପ୍ରଶାସନ, ପୋଲିସ ବିଭାଗ,ଅବକାରୀ ବିଭାଗ। ଚିତ୍ରକୋଣ୍ଡା ଏସ୍‌ଡିପି ଓ ଆଲେକସିଅସ୍‌ କିସପୋଟାଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ଥାନାଧିକାରୀ ଅନିଲ ପରିଡ଼ା, ପାପରମେଟେଲା ଥାନାଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି, ଅବକାରୀ ବିଭାଗ, ଡିଭିଏଫ୍‌ ମିଳିତ ଭାବେ ଅପରେଶନ କରି ରାଲେଗଡ଼ା ପଞ୍ଚାୟତ ଅଞ୍ଚଳରେ ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହିପରି ଚଢ଼ାଉ ଜାରି ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏହି ଚଢାଉ ସମୟରେ ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ଭାବରେ ଚିତ୍ରକୋଣ୍ଡା ଆଡିଶନାଲ ତହସିଲଦାର ଅଶୋକ କୁମାର ମୁଦୁଲି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri