ଗଣ୍ଡାହାତୀ ଜଳପ୍ରପାତ ଅଞ୍ଚଳରେ ମଦ, ପଲିଥିନ ବ୍ୟବହାରରେ କଟକଣା

ପାରଳାଖେମୁଣ୍ଡି,୨୯ା୮(ଗିରିଧାରୀ ପରିଛା): ରାୟଗଡ଼ ବ୍ଲକ ତଥା ଗାରବନ୍ଧ ଥାନା ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଗଣ୍ଡାହାତୀ ଜଳ ପ୍ରପାତ ଅଞ୍ଚଳରେ ନିଶାଦ୍ରବ୍ୟ ବ୍ୟବହାର ନେଇ ବାରଣ କରାଯିବା ସହ ପଲିଥିନ ବ୍ୟବହାରରେ କଟକଣା ନେଇ ବ୍ୟାପକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ରାୟଗଡ ତହସିଲଦାର ଲୀଳାବତୀ ଆଚାର୍ଯ୍ୟ, ଗାରବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ, ମହେନ୍ଦ୍ର ବନାଞ୍ଚଳ ଅଧିକାରୀ କୋବିନ ପରିଚ୍ଛାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହୋଇଥିଲା। ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକମାନେ ବଣଭୋଜି କରିଥାନ୍ତି। ଏହାସହ ଜଳ ପ୍ରପାତରେ ଗାଧୋଇ ମଜା ନେଇଥାନ୍ତି। ହେଲେ କିଛି ଯୁବଗୋଷ୍ଠୀ ମଦ୍ୟପାନ କରି ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଏହି ଜଳପ୍ରପାତରେ ହଙ୍ଗାମା କରୁଥିବାର ବହୁ ନଜିର ରହିଛି । ସେହିପରି ଖାଦ୍ୟପେୟ ନେବା ଆଣିବା ନିମନ୍ତେ ବ୍ୟାପକ ପରିମାଣର ପଲିଥିନ ଆଣି ଜଳପ୍ରପାତ ଅଞ୍ଚଳରେ ଫୋପାଡି ଦେଉଥିବା ଲକ୍ଷ୍ୟ କରାଯାଉଛି। ଏହାଦ୍ବାରା ପରିବେଶ ଦୂଷିତ ହେଉଛି। ଏହି କ୍ରମରେ ସୋମବାର ମିଳିତ ଭାବେ ରାଜସ୍ବ, ପୋଲିସ ଓ ବନ ବିଭାଗର କର୍ମଚାରୀମାନେ ବ୍ୟାପକ ତଲାସୀ ଜାରି ରଖିଥିଲେ। ଯେଉଁମାନେ ମଦ ଧରି ଆସୁଛନ୍ତି ସେମାନଙ୍କୁ ତାଗିଦ କରିବା ସହ ତୁରନ୍ତ ଏହି ଅଞ୍ଚଳରୁ ଚାଲିଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ପଲିଥିନ ବ୍ୟବହାରକାରୀଙ୍କୁ ମଧ୍ୟ ବାରଣ କରାଯାଇଥିଲା। ଆଗାମୀ ଦିନରେ ଏପରି ତଲାସୀ କାର୍ଯ୍ୟକ୍ରମ ଜୋରଦାର କରାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri